ରଥର ଗରଗରା, ଚାରି ନାହାକା, ୫ ଦଣ୍ଡା ନିର୍ମାଣ ଜାରି

ପୁରୀ ଅଫିସ, ୨୩ା୫: ମହାପ୍ରଭୁଙ୍କ ଚଳିତବର୍ଷ ସ୍ନାନଯାତ୍ରା ଜୁନ ୪ରେ ଅନୁଷ୍ଠିତ ହେବ। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ତିନି ରଥର ଚାରି ନାହାକା ଉଠିବାର ପରମ୍ପରା ରହିଛି। ତେଣୁ ଶ୍ରୀନହରସ୍ଥିତ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ରଥଖଳାରେ ତିନିରଥର ମହାରଣାମାନଙ୍କ ଦ୍ୱାରା ଗରଗରା, ଚାରି ନାହାକା ଏବଂ ପାଞ୍ଚ ଦଣ୍ଡା ନିର୍ମାଣ ଆଗେଇ ଚାଲିଥିବା ବେଳେ ତିନି ରଥର ରୂପକାର ସେବକଙ୍କ ଦ୍ୱାରା କୋଣ ଗୁଜ ଏବଂ ସାଲ ଗୁଜରେ ନୃସିଂହ ରୂପ ଖୋଦେଇ ଜାରି ରହିଛି। ସେହିପରି ଦୋଳବେଦିସ୍ଥିତ ଅସ୍ଥାୟୀ କମାରଶାଳାରେ ଓଝା ସେବକମାନେ ତିନି ରଥର ଦଣ୍ଡା କଣ୍ଟା ନିର୍ମାଣ ସାରି ଯୋଖା କଣ୍ଟା ନିର୍ମାଣ କରୁଛନ୍ତି। ଏଥିସହ ବସନ୍ତ ମହାରଣାଙ୍କ ନେତୃତ୍ୱର ପାହୀ ମହାରଣାମାନେ ରଥଯାତ୍ରା, ସ୍ନାନ ଯାତ୍ରା ପାଇଁ ଆବଶ୍ୟକ କାଠ ନିର୍ମିତ ନୀତିକାନ୍ତି ସରଞ୍ଜାମ ନିର୍ମାଣ ଜାରି ରଖିଛନ୍ତି।
ତାଳଧ୍ୱଜ ରଥର ୨ଟି ଗରଗରାର ନିର୍ମାଣ ରବିବାରଠାରୁ ଶେଷ ହୋଇଥିଲେହେଁ, ଦୋୟ ଗରଗରାରେ ଉଭୟ ପାଶର୍‌ବ ବିନ୍ଧ କାର୍ଯ୍ୟ ବାକି ରହିଛି। ତାଳଧ୍ୱଜ ରଥର ୩ଟି ଚାରି ନାହାକର ନିର୍ମାଣ ସାରି ଚତୁର୍ଥ ଚାରି ନାହାକାର ଚଉପଟ କାର୍ଯ୍ୟ ଶେଷ ହୋଇଛି। ତାର ଆଠ କୋଣି କାର୍ଯ୍ୟ ବାକି ରହିଛି। ତାଳଧ୍ୱଜ ରଥର ୧୧ଟି ଚଉଦ ନାହାକା ନିର୍ମାଣ କାର୍ଯ୍ୟ ଶେଷ ହୋଇ ବାକି ୩ଟି ଚଉଦ ନାହାକାର ନିର୍ମାଣ କାର୍ଯ୍ୟ ଜାରି ରହିଛି। ତାଳଧ୍ୱଜ ରଥର ୩ଟି ଦଣ୍ଡାର ନିର୍ମାଣ ଶେଷ ହୋଇ ଆଉ ଦୁଇଟି ଦଣ୍ଡାର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିସହ ତାଳଧ୍ୱଜ ରଥର ୨ଟି ପାଶର୍‌ବ ଦଣ୍ଡାରୁ ଗୋଟିକର ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି। ଦର୍ପଦଳନ ରଥର ଦୁଇଟି ଗରଗରାର ନିର୍ମାଣ କାର୍ଯ୍ୟ ଶେଷ ହୋଇ ଦୁଇଟି ଗରଗରାର ଉଭୟ ପାଶର୍‌ବରେ ବିନ୍ଧ କାର୍ଯ୍ୟ ସରିଛି। ଦର୍ପଦଳନ ରଥର ୩ଟି ଗୋରା, ଚାରି ନାହାକା ନିର୍ମାଣ ଶେଷ ହୋଇ ଚତୁର୍ଥ ଚାରି ନାହାକାଟିର ଚଉପଟ କାର୍ଯ୍ୟ ଶେଷ ହୋଇ ତାର ଆଠ କୋଣି କାମ ବାକି ରହିଛି। ଦର୍ପଦଳନ ରଥର ୧୨ଟି ଚଉଦ ନାହାକାର ନିର୍ମାଣ ଶେଷ ହୋଇଛି। ଆଉ ଦୁଇଟିର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦର୍ପଦଳନ ରଥର ୩ଟି ପାଞ୍ଚ ଦଣ୍ଡା ନିର୍ମାଣ ଶେଷ ହୋଇଥିବା ବେଳେ ଆଉ ଦୁଇଟିର ଚଉପଟ କାର୍ଯ୍ୟ ଜାରି ରହିଥିବା ସହ ଦୁଇଟି ପାଶର୍‌ବ ଦଣ୍ଡାର ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି। ନନ୍ଦିଘୋଷ ରଥର ଦୁଇଟି ଗରଗରାର ନିର୍ମାଣ କାର୍ଯ୍ୟ ପ୍ରଥମେ ଶେଷ ହୋଇ ଉଭୟ ପାଶର୍‌ବରେ ବିନ୍ଧ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ନନ୍ଦିଘୋଷ ରଥର ଦୁଇଟି ଚାରି ନାହାକ ନିର୍ମାଣ ଶେଷ ହୋଇ, ସୋମବାର ଆଉଗୋଟିଏ ଚାରି ନାହାକାର ନିର୍ମାଣ ଶେଷ ହୋଇ ଶେଷ ଚାରି ନାହାକାର ଚଉପଟ କାର୍ଯ୍ୟ ସରିଛି, ଆଠ କୋଣି ଅଂଶ କାର୍ଯ୍ୟ ବାକି ରହିଛି। ନନ୍ଦିଘୋଷ ରଥର ପ୍ରଥମ ପର୍ଯ୍ୟାୟରେ ୮ଟି ଚଉଦ ନାହାକା ଶେଷ ହୋଇ ବାକି ୬ଟିର ନିର୍ମାଣ କାର୍ଯ୍ୟ ଜାରି ରହି ନିର୍ମାଣ କାର୍ଯ୍ୟ ଶେଷ ସୁଦ୍ଧା ସମସ୍ତ ଚଉଦ ନାହାକାର ନିର୍ମାଣ ଶେଷ ହୋଇଛି। ନନ୍ଦିଘୋଷ ରଥର ୪ଟି ଦଣ୍ଡାର ନିର୍ମାଣ କାର୍ଯ୍ୟ ଶେଷ ହୋଇ ପଞ୍ଚମ ଦଣ୍ଡାର ଚଉପଟ କାର୍ଯ୍ୟ ଜାରି ରହିଥିବା ସହ ଗୋଟିଏ ପାଶର୍‌ବ ଦଣ୍ଡାର ଚଉପଟ ପାଇଁ ଚିତା କାର୍ଯ୍ୟ ଆରମ୍ଭ ହୋଇଛି। ତିନିରଥର ରୂପକାର ସେବକମାନେ ତିନି ରଥର କୋଣ ଗୁଜ ବା ସାଲ ଗୁଜ ଏବଂ ତିଖ ଗୁଜ ଗୁଡିକରେ ରୂପ ଖୋଦେଇ ସହ ଅଳଙ୍କାର ତଥା ପଲିସ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତିନି ରଥର ଶେଷ ଦୁଇଟି ଲେଖାଏ ତିଖ ଗୁଜରେ ରୂପ ଖୋଦେଇ କାର୍ଯ୍ୟ ଜାରି ରହିଛି। ଦୋଳବେଦିରେ ନନ୍ଦିଘୋଷ ରଥର ପୋଲ ଗୟଳ ଚିରଟ କାର୍ଯ୍ୟ କରତି ସେବକମାନେ ଶେଷ କରିଛନ୍ତି। ସେହିପରି ତିନିରଥର ଓଝା ସେବକମାନେ ତିନିରଥ ପାଇଁ ଆବଶ୍ୟକ ଦଣ୍ଡା ବିଡ଼ିଆ, ଅଗ ପାତେଳିରୁ ମୋଟ ୨୩୧ଟି କଣ୍ଟା ନିର୍ମାଣ ଶେଷ କରି ତିନି ରଥର ଯୋଖା କଣ୍ଟା ନିର୍ମାଣ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?