୩ରଥରେ ସଂଯୋଗ ହେଲା ତୃତୀୟ ଭୂଇଁ

ପୁରୀ ଅଫିସ, ୬ା୬: ଦାରୁୁଦେବତାଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ସ୍ନାନପୂର୍ଣ୍ଣିମା ତିଥିରେ ତିନିରଥରେ ‘ଚଉଦ ନାହାକା’ ଖମ୍ବୀ ପ୍ରତି ରଥର ଚାରି ନାହାକାଠାରୁ ଅଢେଇ ଫୁଟ ବ୍ୟବଧାନରେ ବୁଲିବା ସହ ପ୍ରଥମ ଭୂଇଁ ଛ’କାଠିରେ ପାଖୁଡା ସଂଯୋଗ ହୋଇ ମଝିଭୂଇଁ ଫ୍ରେମ୍‌ ସଂଯୋଗ ହୋଇଥିଲା। ସୋମବାର ତାଳଧ୍ୱଜ ଏବଂ ନନ୍ଦିଘୋଷ ରଥର ଆଗଆଣି ’ଢମକ’ ପଡ଼ିବା ସହ ଦର୍ପଦଳନ ରଥର ଆଗଆଣି ଓ ପଛଆଣି ଢମକ ପଡ଼ି କଣ୍ଟାବାଡ଼ିଆ ଶେଷ ହୋଇଛି। ଏହି ଢମକ ଚାରିନାହାକାର ଭିତରପଟ ଓ ବାହାର ପଟକୁ କାଗି ପଡ଼ିଛି। ଏହା ଉପରେ ବେଦି ନିର୍ମାଣ ପାଇଁ ପଟା ବାଡ଼ିଆ ହେବ। ତୃତୀୟ ଭୂଇଁ ବା ଅଗ ଭୂଇଁ ଫ୍ରେମ୍‌ ନିର୍ମାଣ ଶେଷ ପରେ ତିନିରଥରେ ସଂଯୋଗ ହୋଇଛି। ଏହି ତୃତୀୟ ଭୂଇଁ ୪ଟି ଚଉତା ବର୍ଗାକାରରେ ସଂଯୋଗ ହୋଇ ତା’ର ଚାରିକୋଣରେ ୪ଟି ଭୂଇଁଗୋଡ଼ ଉଠି ଭୂଇଁର ଚାରିପଟ ପ୍ରତି ପାଶର୍‌ବରେ ୬ଟି ଲେଖାଏ ଛିଆଣ ସଂଯୋଗ ହୋଇ ତୃତୀୟ ଭୂଇଁ ବା ଅଗ ଭୂଇଁ ଉଠିଛି। ରୂପକାର ସେବକମାନେ ତିନିରଥର ନାଟଗୋଡ଼ରେ କନ୍ଦର୍ପ ରୂପ ଖୋଦେଇ ଜାରି ରଖିବା ସହ ତିନିରଥର ଗୋଟିଏ ଗୋଟିଏ ଧୂଳିଦଣ୍ଡାରେ ପଦ୍ମ ଡାଳି ଲତା ଖୋଦେଇ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୋଦେଇ ଶେଷ ପରେ ଚିତ୍ରକାରମାନେ ସେଥିରେ ରଙ୍ଗ ଚିତ୍ର କରିବେ। ଅପରପକ୍ଷରେ ଦୋଳବେଦିସ୍ଥିତ ଅସ୍ଥାୟୀ କମାରଶାଳରେ ଓଝା ସେବକମାନେ ତିନିରଥର ତୃତୀୟ ଭୂଇଁ କଣ୍ଟା ନିର୍ମାଣ ସାରି ରଥଖଳାକୁ ଯୋଗାଇବା ପରେ ତିନି ରଥର ପୋଟଳ କଣ୍ଟା, ମୂଳ କଇଁଚି କଣ୍ଟା ଏବଂ ତାଗ କଣ୍ଟା ନିର୍ମାଣ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri