ଖୁବ୍‌ଶୀଘ୍ର ଜଟାଧାର ମୁହାଣ ଇସ୍ପାତ ପ୍ରକଳ୍ପ ନିର୍ମାଣ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜଗତ୍‌ସିଂହପୁର ଜିଲାର ଜଟାଧାର ମୁହାଣରେ ଜେଏସ୍‌ଡବ୍ଲ୍ୟୁ ୧୩.୨ ନିୟୁତ ଟନର ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ। ଖୁବ୍‌ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୧୦ ବର୍ଷ ମଧ୍ୟରେ ଜେଏସ୍‌ଡବ୍ଲ୍ୟୁ ଓଡିଶାରେ ୧ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିବ। ଏଥିସହିତ ପିପିପି ମୋଡରେ ଜେଏସ୍‌ଡବ୍ଲ୍ୟୁ ରାଜ୍ୟରେ ୧୦୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ଏବଂ ସୁନ୍ଦରଗଡ ଜିଲାର କୋଏଡାଠାରେ ଏକ ସ୍କୁଲ ସ୍ଥାପନ କରିବ। ଏହାଦ୍ୱାରା ଖଣି ଅଞ୍ଚଳର ଲୋକମାନେ ଉପକୃତ ହୋଇପାରିବେ। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ପ୍ରକଳ୍ପ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଜେଏସ୍‌ଡବ୍ଲ୍ୟୁର ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ଏହି ସୂଚନା ଦେଇଛନ୍ତି।
ରାଜ୍ୟ ସରକାର ଇସ୍ପାତ ପ୍ରକଳ୍ପ ପାଇଁ ଜମି, ଜଳ ଓ ବିଦ୍ୟୁତ ଯୋଗାଇ ଦେଇଛନ୍ତି। ଏହି ପ୍ରକଳ୍ପ ଯଥାଶ୍ରୀଘ୍ର ଆରମ୍ଭ ହେବା ନେଇ ରାଜ୍ୟ ସରକାର ମଧ୍ୟ ଆଶାବାଦୀ ଅଛନ୍ତି। ଆଲୋଚନା ବେଳେ ରାଜ୍ୟର ସମ୍ପଦକୁ ମୂଲ୍ୟଯୁକ୍ତ କରିବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ରାଜସ୍ବ ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହି ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀ ଜାଣିବାକୁ ଚାହିଁବାରୁ ଜିନ୍ଦଲ କହିଥିଲେ ଯେ, ଓଡ଼ିଶାରେ ସମସ୍ତ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଜେଏସ୍‌ଡବ୍ଲ୍ୟୁ ପ୍ରତିଶ୍ରୁତିବଦ୍ଧ। ସମସ୍ତ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଥିବାରୁ ଜିନ୍ଦଲ ସନ୍ତୋଷ ପ୍ରକାଶ କରିଛନ୍ତି। ଏହାଛଡ଼ା ସଜ୍ଜନ ଜିନ୍ଦଲ କହିଥିଲେ ଯେ, ‘ଜେଏସ୍‌ଡବ୍ଲ୍ୟୁ ସେଣ୍ଟର ଫର ଡେଭେଲପମେଣ୍ଟ ଷ୍ଟଡିଜ ଫର ଓଡ଼ିଶା’ ପାଇଁ ‘ଜେଏସଡବ୍ଲ୍ୟୁ ଆଇଆଇଏମ୍‌ ସମ୍ବଲପୁର’ ସହ ସହବନ୍ଧିତ ହେବ। ଏହି ଆଲୋଚନା ବେଳେ ମୁଖ୍ୟ ଶାସନ ସଚିବ, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ, ସିଏମ୍‌ଡି ଇପିକଲ, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri