ଶାବର ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ତିନି ରଥ ନିର୍ମାଣ କାର୍ଯ୍ୟ

କୋରାପୁଟ, ୧୯।୬ (ଅମିତାଭ ବେହେରା): ଆସନ୍ତା ରଥଯାତ୍ରା ପାଇଁ କୋରାପୁଟର ଶାବର ଶ୍ରୀକ୍ଷେତ୍ରରେ ଶୁକ୍ରବାର ତିନିଟି ରଥର ନିର୍ମାଣ କାର୍ଯ୍ୟ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଆୟୋଜିତ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ ପରେ ରଥ ନିର୍ମାଣର ଶୁଭାରମ୍ଭ କରାଯାଇଥିଲା।

ଏହି ଅବସରରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ମନୋଜ ସତ୍ୟବାନ ମହାଜନ ଓ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ଉପସ୍ଥିତ ରହି ପୂଜାର୍ଚ୍ଚନା ପରେ ନଡ଼ିଆ ଭାଙ୍ଗି କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ମନ୍ଦିରର ପୂଜକ ନରି ମିଶ୍ର ବିଧିବଦ୍ଧ ଭାବେ ପୂଜାର୍ଚ୍ଚନା ସମ୍ପନ୍ନ କରିଥିଲେ।

କାର୍ଯ୍ୟକ୍ରମରେ ତିନି ରଥର ମୁଖ୍ୟ ବିଶ୍ୱକର୍ମାଙ୍କ ସମେତ ପୂର୍ବତନ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଡ. ଜଗବନ୍ଧୁ ସାମଲ, ବର୍ତ୍ତମାନର ସମ୍ପାଦକ ଭବାନୀ ଶଙ୍କର ଆଚାର୍ଯ୍ୟ, ମନ୍ଦିର କମିଟିର ସଦସ୍ୟ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ।

ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ସହ ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ଜୋରଦାର ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…

ଯନ୍ତ୍ରୀଙ୍କ ବଦଳି ପରେ ୬ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ଠପ୍ : ବଢୁଛି ଜନଅସନ୍ତୋଷ 

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରସହକାରୀ ଯନ୍ତ୍ରୀ ଇଂ. ସୁଶାନ୍ତ କୁମାର ଚୌଧୁରୀ ଙ୍କ ପ୍ରାୟ ୭ ମାସ ହେଲା ଜଗନ୍ନାଥ ପ୍ରସାଦ…

ଫେରିପାରିଲେନି ଗାଁକୁ ରାସ୍ତାରେ ଚାଲିଗଲା….

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଛେଦନଇ ଗ୍ରାମ ନିକଟ ୩୨୬ ନଂ. ଜାତୀୟ ରାଜପଥ ରେ…

ଛିଡ଼ିଲା ମୁଖ୍ୟମନ୍ତ୍ରୀ ବସର ଆଗ ଚକା

 ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରି ପଞ୍ଚାୟତ ବାହାଡା ଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ ଟାରେ ମୁଖ୍ୟମନ୍ତ୍ରୀ ବସ…

Coach Yuvraj Singh: IPLରେ ଯୁବରାଜ ସିଂହଙ୍କ ଏଣ୍ଟ୍ରି, ଏହି ଦଳର ହେବେ କୋଚ୍‌ !

ନୂଆଦିଲ୍ଲୀ,୧୯।୬: ଆଇପିଏଲ୍ ୨୦୨୭କୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ସବୁଠାରୁ ବଡ଼ ଖବର ଆସୁଛି ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ ।…

ପିସିସି ସଭାପତି, ସୁର ରାଉତରାୟଙ୍କୁ ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ସ୍ୱାଗତ…

ଛତ୍ରପୁର, ୧୯।୬ (ଦିଲ୍ଲୀପ ସାମଲ): ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ଅବସରରେ ଗଞ୍ଜାମ ଜିଲ୍ଲାର ଆସିକା ନିକଟସ୍ଥ ବାଲିସିରାଠାରେ ଆୟୋଜିତ ରକ୍ତଦାନ ଶିବିରରେ ଯୋଗଦେବା ପାଇଁ ଯାଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri