ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ ନିର୍ମାଣ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ସରକାରୀ ବାଳିକା ବିଦ୍ୟାଳୟ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ କରିବା ପାଇଁ କାମ ଆରମ୍ଭ ହୋଇଛି। ଫଳରେ ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି। କିଛି ମାସ ତଳେ ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ବିଦ୍ୟାଳୟ ସମ୍ମୁଖରେ ଦୋକାନ, ପାର୍କିଂକୁ ନେଇ ବିଦ୍ୟାଳୟ ପକ୍ଷରୁ ଟାଉନ ଥାନା ଅଧିକାରୀଙ୍କୁ ଚିଠି କରିଥିଲେ। ଏଭଳି ଅଭିଯୋଗିକୁ ନେଇ ଉଠା ଦୋକାନ ଓ ପାର୍କିଂ ବନ୍ଦ କରାଯାଇଥିଲା। ଏବେ ସ୍ଥାୟୀ ଭେଣ୍ଡିଂ ଜୋନ୍‌ ନିର୍ମାଣ କରି ବିଦ୍ୟାଳୟର ପରିସରକୁ ଅଶାନ୍ତ ପରିବେଶ କରିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି କରାଯାଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏଠାରେ ବିଶେଷ କରି ଛାତ୍ରୀମାନେ ପଡ଼ୁଥିବା ବେଳେ ହଷ୍ଟେଲରେ ରହୁଛନ୍ତି। ଏଣୁ ଏଠାରେ ଭେଣ୍ଡି ଜୋନ୍‌ ହେଲେ ଶୃଙ୍ଖଳା ଭଙ୍ଗ ହେବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ବରିଷ୍ଠ ଆଇନଜୀବୀ ସନ୍ତୋଷ ସାହୁ କହିଛନ୍ତି। ନିକଟରେ ବହୁ ଅର୍ଥ ଖର୍ଚ୍ଚ କରି ରାସ୍ତା କଡ଼ର ବିକାଶ ହୋଇଥିଲା। ବାହାର ଜବର ଦଖଲ ଉଚ୍ଛେଦ କରାଯାଇଥିଲା। କିନ୍ତୁ ଏବେ ପ୍ରଶାସନ କିପରି ଏଠାରେ ଭେଣ୍ଡିଂ ଜୋନ କରି ଆଇନତଃ ଦୋକାନ ଖୋଲିବାକୁ ଉଦ୍ୟମ କରୁଛନ୍ତି ତାହାକୁ ନେଇ ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି।
ସରକାରୀ ବାଳିକା ସ୍କୁଲ କାନ୍ଥକୁ ଲାଗି ଭେଣ୍ଡିଂ ଜୋନ୍‌ କରି ବାହାର ଫଳ ଦୋକାନୀଙ୍କୁ ଥଇଥାନ କରିବାକୁ ଏଭଳି ପଦକ୍ଷେପ ଅତ୍ୟନ୍ତ ନିନ୍ଦନୀୟ। ଏଣୁ ଏହାର ବିଚାର କରି ପଦକ୍ଷେପ ନିଆଯାଉ, ନଚେତ୍‌ ପିଲାଙ୍କ ପାଠପଢ଼ା ବ୍ୟାହତ ହେବ ବୋଲି କହିଛନ୍ତି ସ୍ଥାନୀୟ ସାମାଜିକ କର୍ମୀ ଦିଲୀପ କୁମାର ସାହୁ। ଥାନା ଛକ ନିକଟରେ ବହୁ ବେଆଇନ ଗୃହ ନିର୍ମାଣ, ରାସ୍ତା ଅବରୋଧ ଓ ସରକାରୀ ଜମି ଜବରଦଖଲ ଭଳି ଅଭିଯୋଗ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏବଂ ଉଚ୍ଛେଦ କରିବାରେ ବିଫଳ ପ୍ରଶାସନ ଏଭଳି ସ୍ଥାନରେ ଭେଣ୍ଡି ଜୋନ ନିର୍ମାଣ ପରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ବରିଷ୍ଠ ଆଇନଜୀବୀ ଅଶୋକ ଦାସ କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?