ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ଏକାଧିକ ରେଳ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ୧୮୦ କିମି ଲମ୍ବ ବିଶିଷ୍ଟ ଯାଜପୁର ଜିଲାର ଯଖପୁରା-ଜରୋଲି ଦୋହରୀକରଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରେଳ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୯ ତାରିଖରେ ଟୁଇଟ୍‌ ଯୋଗେ ଦର୍ଶାଯାଇଛି ଯେ, ମୋଟ ଲମ୍ବ ମଧ୍ୟରୁ ୧୩୯ କିମି କାର୍ଯ୍ୟ ଶେଷ ହୋଇଛି। ସମୁଦାୟ ପ୍ରାୟ ୯୩% ଅଗ୍ରଗତି ହୋଇଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାରାଦୀପ ବନ୍ଦରକୁ ପରିବହନ ସହଜ ହୋଇପାରିବ। କେନ୍ଦୁଝର ଜିଲା ଯୋଡ଼ା ମାଇନିଂ ଅଞ୍ଚଳରୁ ପାରାଦୀପ ବନ୍ଦରକୁ ଲୁହାପଥର ପରିବହନ କ୍ଷୀପ୍ର ହେବାରେ ସକ୍ଷମ ହେବ। କିନ୍ତୁ କେବେ ସୁଦ୍ଧା ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେ ନେଇ କୌଣସି ସୂଚନା ମିଳିପାରିନାହିଁ। ଏବେ ବି ଏହି ପ୍ରକଳ୍ପରେ ଜମି ଅଧିଗ୍ରହଣ ଏବଂ ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ ସମସ୍ୟା ରହିଛି। ଯାଜପୁର ଜିଲା ଦେଇ ଯାଇଥିବା ଏହି ଦୋହରୀକରଣ ରେଳଲାଇନ ପ୍ରକଳ୍ପ ପାଇଁ ୧୪୮.୩୮ ହେକ୍ଟର ବେସରକାରୀ, ସରକାରୀ ଓ ଜଙ୍ଗଲ ଜମି ଅଧିଗ୍ରହଣ କରିବାକୁ ଚିହ୍ନଟ ହୋଇଥିଲା। ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ ପ୍ରସ୍ତାବ ୧୯ା୧୧ା୨୦୧୯ରେ ଅନଲାଇନ ଦାଖଲ ହୋଇଥିଲା। ହେଲେ କେତେକ ତ୍ରୁଟି ଯୋଗୁ ତାହା ୧୫ା୭ା୨୦୨୦ରେ ଫେରି ଆସିଥିଲା। ପୁଣି ଏହି ପ୍ରସ୍ତାବକୁ ସଂଶୋଧନ କରି ଦାଖଲ କରାଯାଇଛି। ହେଲେ ଏଯାଏ ସମ୍ପୂର୍ଣ୍ଣ ଜମି ଅଧିଗ୍ରହଣ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ ବାକି ରେଳଲାଇନ ନିର୍ମାଣରେ ବିଳମ୍ବ ହେଉଥିବା କୁହାଯାଉଛି। ତେଣୁ ମନ୍ତ୍ରଣାଳୟର ଏହି ସୂଚନା କେବଳ ଲୋକଦେଖାଣିଆ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri