ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ଏକାଧିକ ରେଳ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ୧୮୦ କିମି ଲମ୍ବ ବିଶିଷ୍ଟ ଯାଜପୁର ଜିଲାର ଯଖପୁରା-ଜରୋଲି ଦୋହରୀକରଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରେଳ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୯ ତାରିଖରେ ଟୁଇଟ୍‌ ଯୋଗେ ଦର୍ଶାଯାଇଛି ଯେ, ମୋଟ ଲମ୍ବ ମଧ୍ୟରୁ ୧୩୯ କିମି କାର୍ଯ୍ୟ ଶେଷ ହୋଇଛି। ସମୁଦାୟ ପ୍ରାୟ ୯୩% ଅଗ୍ରଗତି ହୋଇଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାରାଦୀପ ବନ୍ଦରକୁ ପରିବହନ ସହଜ ହୋଇପାରିବ। କେନ୍ଦୁଝର ଜିଲା ଯୋଡ଼ା ମାଇନିଂ ଅଞ୍ଚଳରୁ ପାରାଦୀପ ବନ୍ଦରକୁ ଲୁହାପଥର ପରିବହନ କ୍ଷୀପ୍ର ହେବାରେ ସକ୍ଷମ ହେବ। କିନ୍ତୁ କେବେ ସୁଦ୍ଧା ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେ ନେଇ କୌଣସି ସୂଚନା ମିଳିପାରିନାହିଁ। ଏବେ ବି ଏହି ପ୍ରକଳ୍ପରେ ଜମି ଅଧିଗ୍ରହଣ ଏବଂ ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ ସମସ୍ୟା ରହିଛି। ଯାଜପୁର ଜିଲା ଦେଇ ଯାଇଥିବା ଏହି ଦୋହରୀକରଣ ରେଳଲାଇନ ପ୍ରକଳ୍ପ ପାଇଁ ୧୪୮.୩୮ ହେକ୍ଟର ବେସରକାରୀ, ସରକାରୀ ଓ ଜଙ୍ଗଲ ଜମି ଅଧିଗ୍ରହଣ କରିବାକୁ ଚିହ୍ନଟ ହୋଇଥିଲା। ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ ପ୍ରସ୍ତାବ ୧୯ା୧୧ା୨୦୧୯ରେ ଅନଲାଇନ ଦାଖଲ ହୋଇଥିଲା। ହେଲେ କେତେକ ତ୍ରୁଟି ଯୋଗୁ ତାହା ୧୫ା୭ା୨୦୨୦ରେ ଫେରି ଆସିଥିଲା। ପୁଣି ଏହି ପ୍ରସ୍ତାବକୁ ସଂଶୋଧନ କରି ଦାଖଲ କରାଯାଇଛି। ହେଲେ ଏଯାଏ ସମ୍ପୂର୍ଣ୍ଣ ଜମି ଅଧିଗ୍ରହଣ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ ବାକି ରେଳଲାଇନ ନିର୍ମାଣରେ ବିଳମ୍ବ ହେଉଥିବା କୁହାଯାଉଛି। ତେଣୁ ମନ୍ତ୍ରଣାଳୟର ଏହି ସୂଚନା କେବଳ ଲୋକଦେଖାଣିଆ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri