୧୮ ମାସରେ ସରିବ ନିର୍ମାଣ କାର୍ଯ୍ୟ

ଜଟଣୀ,୨୮।୮(ଡି.ଏନ୍‌.ଏ.):ଜଟଣୀସ୍ଥିତ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ନାଇଜର) କ୍ୟାମ୍ପସ୍‌ ପରିସରରେ ହେବାକୁ ଥିବା ଟାଟା ମେମୋରିଆଲ କ୍ୟାନ୍‌ସର ମେଡିକାଲ ନିର୍ମାଣ ବିଷୟରେ ଶନିବାର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ନିର୍ମାଣକୁ ନେଇ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ନାଇଜର ପକ୍ଷରୁ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ସରକାରଙ୍କ ଡିପାର୍ଟମେଣ୍ଟ ଅଫ୍‌ ଆଟମିକ୍‌ ଏନର୍ଜି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁମୋଦନରେ ନିର୍ମାଣ ହେବାକୁ ଥିବା ଏହି ହସ୍ପିଟାଲ ପାଇଁ ପ୍ରାୟ ୮୦ ଏକର ଜମିର ଆବଶ୍ୟକତା ରହିଛି। ତେବେ ନାଇଜର କ୍ୟାମ୍ପସ୍‌ରୁ ୧୭ ଏକର, ମିନିଷ୍ଟ୍ରି ଅଫ୍‌ ସ୍କିଲ୍‌ କ୍ଷେତ୍ରରୁ ୧୩ ଏକର ଜମି ମିଳିଥିବା ବେଳେ ଆବଶ୍ୟକ ୫୦ ଏକର ଜମି ରାଜ୍ୟ ସରକାର ପ୍ରଦାନ କରିବା ପାଇଁ ଅନୁରୋଧ କରାଯାଇଛି। ଡିପାର୍ଟମେଣ୍ଟ ଅଫ୍‌ ଆଟମିକ୍‌ ଏନର୍ଜି ୪ଶହ କୋଟି ଏବଂ ଟାଟା ମେମୋରିଆଲ ଟ୍ରଷ୍ଟ ୨୫୦ କୋଟି ମୋଟ୍‌ ୬୫୦ କୋଟି ଟଙ୍କା ବିନିଯୋଗରେ ଉକ୍ତ କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ, ଯେଉଁଥିରେ ହସ୍ପିଟାଲ ବିଲ୍ଡିଂ, ଧର୍ମଶାଳା, ଗେଷ୍ଟହାଉସ, ଷ୍ଟାଫ୍‌ କ୍ୱାର୍ଟର୍ସ ଏବଂ ବିଦ୍ୟାଳୟ ନିର୍ମାଣ କରାଯିବ। ଆସନ୍ତା ୩ ମାସ ମଧ୍ୟରେ ହସ୍ପିଟାଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ପରବର୍ତ୍ତୀ ୧୮ ମାସ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସାରିବା ନେଇ ଏମ୍‌ପି ଷଡ଼ଙ୍ଗୀ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ କେବଳ ରୋଗର ଚିକିତ୍ସା ହେବ ନାହିଁ କ୍ୟାନ୍‌ସର ରୋଗ ଭଲ କରିବା ପାଇଁ ବିଭିନ୍ନ ରିସର୍ଚ୍ଚ ସହିତ ଉନ୍ନତମାନର ଔଷଧ ପ୍ରସ୍ତୁତ କରାଯିବ ବୋଲି ସୂଚନା ଦେଇଛନ୍ତି। ଆବଶ୍ୟକ ୫୦ ଏକର ଜମି, ପାଣି, ମେଣ୍ଢାଶାଳ ଗ୍ରୀଡ୍‌ରୁ ହସ୍ପିଟାଲକୁ ବିଦ୍ୟୁତ୍‌ ସଂଯୋଗ ଏବଂ ରାଜ୍ୟ ଓ ରାଜ୍ୟ ବାହାର ରୋଗୀଙ୍କୁ ବିମାନବନ୍ଦର ଏବଂ ରେଳଷ୍ଟେଶନରୁ ଆସିବା ପାଇଁ ଟ୍ରାନ୍ସପୋର୍ଟ ବ୍ୟବସ୍ଥା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କରିବେ ବୋଲି ଷଡ଼ଙ୍ଗୀ କହିଛନ୍ତି। ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନାଇଜର ନିର୍ଦ୍ଦେଶକ ଡ. ପ୍ରଫେସର ସୁଧାକର ପଣ୍ଡା, କୁଳସଚିବ ଡ. ଅଭୟ ନାୟକଙ୍କ ସମେତ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?