ଖରାରେ ଚାଲିଛି ନିର୍ମାଣ କାମ

ରାଉରକେଲା ଅଫିସ,୫ା୪: ସ୍ମାର୍ଟସିଟି ରାଉରକେଲାରେ ଏପ୍ରିଲ ମାସ ଆରମ୍ଭରୁ ପ୍ରବଳ ଖରା ହେଲାଣି। ସକାଳ ୯ଟା ହୋଇଗଲେ ଖରାର ପ୍ରକୋପ ଅନୁଭୂତ ହେଉଛି। ଲୋକେ ବିନା କାମରେ ଘରୁ ବାହାରୁ ନାହାନ୍ତି। ଏହାକୁ ଦୃଷ୍ଟିରେ ରଖି ରାଉରକେଲା ଯୁଗ୍ମ ଶ୍ରମ ସଂସ୍ଥାପକ ସହରର ସମସ୍ତ ନିର୍ମାଣ ଶ୍ରମିକ ନିଯୁକ୍ତିଦାତାଙ୍କୁ ଏପ୍ରିଲରୁ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ବ ୧୧ଟାରୁ ଅପରାହ୍ନ ୩ଟା ଯାଏ ଶ୍ରମିକମାନଙ୍କୁ କାମରେ ନିୟୋଜିତ ନ କରିବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ନିର୍ମାଣ ଶ୍ରମିକ ନିଯୁକ୍ତିଦାତା ଯୁଗ୍ମ ଶ୍ରମ ସଂସ୍ଥାପକଙ୍କ ନିର୍ଦ୍ଦେଶକୁ ଅବଜ୍ଞା କରି ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ଟା ଯାଏ ଶ୍ରମିକମାନଙ୍କୁ ବିରତି ନ ଦେଇ ପ୍ରଚଣ୍ଡ ଖରାରେ ନିର୍ମାଣ କାର୍ଯ୍ୟରେ ନିୟୋଜିତ କରୁଥିବା ଦେଖିବାକୁ ମିଳିଛି।
ସୂଚନା ଅନୁସାରେ, ସୁନ୍ଦରଗଡ଼ ଜିଲାର ପଞ୍ଜୀକୃତ ୨ଲକ୍ଷ ୩୭ହଜାର ୬୩୯ ନିର୍ମାଣ ଶ୍ରମିକଙ୍କ ମଧ୍ୟରୁ କେବଳ ୪୦ଭାଗ ରାଉରକେଲା ସହରର ବିଭିନ୍ନ ନିର୍ମାଣ କାର୍ଯ୍ୟରେ ନିଯୁକ୍ତ ହୋଇଥାନ୍ତି। ସେମାନେ ସହରର ବିଭିନ୍ନ ଗଳିକନ୍ଦିରେ ଚାଲିଥିବା ନିର୍ମାଣ କାର୍ଯ୍ୟରେ କାମ କରୁଛନ୍ତି। ଏପ୍ରିଲ ମାସ ଆରମ୍ଭରୁ ଖରାର ପ୍ରକୋପ ବଢିଛି। ପ୍ରବଳ ଖରାରେ ଶ୍ରମିକମାନେ କାମ କରୁଥିବାରୁ ଅଂଶୁଘାତ, ଜଳହୀନତା, ରକ୍ତ ଲବଣତା ହ୍ରାସ ଓ ଜ୍ୱର ଆଦିରେ ସଂକ୍ରମି ତ ହେବା ଆଶଙ୍କା ରହିଛି। ଅନ୍ୟପଟେ ନିର୍ମାଣ କାର୍ଯ୍ୟ ସ୍ଥଳରେ ଶୀତଳ ପାନୀୟ ଜଳ, ଛାୟା ପ୍ରଦାନ, ଡାକ୍ତରୀ ଚିକିତ୍ସା, ଓଆରଏସ ପ୍ୟାକେଟ ବ୍ୟବସ୍ଥା ସହ ନିଯୁକ୍ତିଦାତା ନିର୍ମାଣସ୍ଥଳରେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବା ନମ୍ବର ନୋଟିସ ବୋର୍ଡରେ ପ୍ରଦର୍ଶନ କରିବା ପାଇଁ ବିଭାଗୀୟ ନିର୍ଦ୍ଦେଶ ରହିଛି। ମାତ୍ର ଏହି ନିର୍ଦ୍ଦେଶକୁ କେହି ପାଳନ କରୁନାହାନ୍ତି। ଫଳରେ ଶ୍ରମିକମାନେ ପ୍ରବଳ ଖରାରେ କାମ କରିବାକୁ ବାଧ୍ୟ ହେଉଛନ୍ତି। ଏ ଦିଗରେ ପ୍ରଶାସନ ପକ୍ଷରୁ ବିହିତ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ମହଳରେ ଦାବି ହେଉଛି। ଏ ସମ୍ପର୍କରେ ରାଉରକେଲା ଶ୍ରମ ବିଭାଗ ଅଧିକାରିଣୀ ଦିବ୍ୟଜ୍ୟୋତି ନାୟକଙ୍କୁ ପଚାରିବାରୁ ସେ କହିଲେ, ଏ ବିଷୟରେ ମୋ ପାଖରେ କୌଣସି ଅଭିଯୋଗ ନାହିଁ। ସରକାରୀ ନିର୍ଦ୍ଦେଶ ପାଳନ କରାଯାଉ ନ ଥିଲେ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri