Posted inଜାତୀୟ

ଜମି ପାଇଁ ଅଟକି ରହିଛି ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ…

ନୂଆଦିଲ୍ଲୀ, ୨।୮: ଆବଶ୍ୟକ ଜମି ନ ମିଳିବାରୁ ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଅଟକି ରହିଛି। ଲୋକ ସଭାରେ ସୋମବାର କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକ ସଭାରେ ରତନ ସିଂ ମାଗନ ସିଂ ରାଠୋରଙ୍କର ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଜବାହର ନବୋଦୟ ବିଦ୍ୟାଳୟ(ଜେଏନ୍‌ଭି) ପାଇଁ ସ୍ଥାୟୀ କୋଠା ନିର୍ମାଣ ଏକ ଦୀର୍ଘକାଳୀନ ପ୍ରକ୍ରିୟା ଏବଂ ସମ୍ପୃକ୍ତ ରାଜ୍ୟ ସରକାରଙ୍କଠାରୁ ଜମି ନ ମିଳିବା କାରଣରୁ ଏସବୁ ବିଦ୍ୟାଳୟର ନିର୍ମାଣ ହୋଇ ପାରିନାହିଁ। ନବୋଦୟ ବିଦ୍ୟାଳୟ ଯୋଜନା ଅନ୍ତର୍ଗତ ଦେଶର ପ୍ରତ୍ୟେକ ଜିଲାରେ ଗୋଟିଏ ଜବାହର ନବୋଦୟ ବିଦ୍ୟାଳୟ ଖୋଲିବାକୁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ,ଏପର୍ଯ୍ୟନ୍ତ ୬୬୧ ଜବାହର ନବୋଦୟ ବିଦ୍ୟାଳୟକୁୁ ଅନୁମତି ଦିଆଯାଇଛି। ସେଥିମଧ୍ୟରୁ ୫୮୦ ବିଦ୍ୟାଳୟ ସ୍ଥାୟୀ କ୍ୟାମ୍ପସରେ କାର୍ଯ୍ୟ କରୁଛି। ନିର୍ମାଣ ହୋଇ ପାରି ନ ଥିବା ୧୭ ନବୋଦୟ ବିଦ୍ୟାଳୟ ମଧ୍ୟରୁ ଅରୁଣାଚଳ ପ୍ରଦେଶରେ ଗୋଟିଏ, ଆସାମରେ ଗୋଟିଏ, ବିହାରରେ ଗୋଟିଏ, ଛତିଶଗଡରେ କୋଟିଏ, ଦିଲ୍ଲୀରେ ୭ଟି, ଜାମ୍ମୁ କାଶ୍ମୀରରେ ୨ଟି, ଝାଡ଼ଖଣ୍ଡରେ ଗୋଟିଏ ଏବଂ ପଶ୍ଚିମ ବଙ୍ଗରେ ୩ଟି ରହିଛି। ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ ଜବାହର ନବୋଦୟ ବିଦ୍ୟାଳୟ ପାଇଁ ସ୍ଥାୟୀ କ୍ୟାମ୍ପସ ନିର୍ମାଣ ଏକ ନିରନ୍ତର ପ୍ରକ୍ରିୟା। ଏହା ପାଇଁ ଆବଶ୍ୟକ ଜମି ମାଗଣାରେ ଯୋଗାଇବା ପାଇଁ ସମ୍ପୃକ୍ତ ରାଜ୍ୟ ସରକାର ଅବା କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନର ସହମତି ଉପରେ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri