ଜବରଦଖଲ ସହରକୁ ସଙ୍କୁଚିତ କରୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୪:କେନ୍ଦ୍ରାପଡ଼ା ପୌରାଞ୍ଚଳ ମାତ୍ର ୧୪ଟି ଗାଁକୁ ନେଇ ୧୫୩ ବର୍ଷ ପୂର୍ବେ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା ରହୁନାହିଁ। ମନମୁଖି ପ୍ରକଳ୍ପ ନିର୍ମାଣ ଓ ଜବରଦଖଲ ସହରକୁ ସଙ୍କୁଚିତ କରୁଛି। ଜଳ ନିଷ୍କାସନ ଏକ ସମସ୍ୟା ଭାବେ ଉଭା ହୋଇଛି। ସେହିପରି ଐତିହ୍ୟ ସଂରକ୍ଷଣ ପାଇଁ ଏକ ମ୍ୟୁଜିୟମ ସ୍ଥାପନ କରାଯିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ସହରର ଚିତ୍ତରଞ୍ଜନ ସାହୁ, ମନୋଜ କୁମାର ସିଂହ, ବିଜୟ କୁମାର ମଣ୍ଡଳ, ଅସିତ କୁମାର ମହାପାତ୍ର, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଏହି ଜିଲାରେ ବିଶ୍ୱବାସୀଙ୍କ ଆକର୍ଷଣ ଜାତୀୟ ଉଦ୍ୟାନ ଭିତରକନିକା ଅଛି। ସେହିପରି ରାଜ୍ୟର ଏକମାତ୍ର ଜିଓ ଟ୍ୟୁବ୍‌ୱାଲ, ହୁକିଟୋଲାଠାରୁ ଆରମ୍ଭକରି ସହର ମଧ୍ୟରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଅଛି। ପ୍ରଚାର ପ୍ରସାର ପରେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ। କେନ୍ଦ୍ରାପଡ଼ା ସହର ଏହାର ମଧ୍ୟସ୍ଥଳରେ ଥିବା ବେଳେ ସହରବାସୀଙ୍କ ସଂଖ୍ୟା ଇତିମଧ୍ୟରେ ପ୍ରାୟ ୮୦ ହଜାର ହୋଇଛି। ଆଗାମୀ ଦିନରେ ସହରର ପରିସୀମା ବୃଦ୍ଧିର ପ୍ରସ୍ତାବ ରହିଛି। କୌଣସି ଅଞ୍ଚଳର ବିକାଶ ପାଇଁ ଚିନ୍ତା କଲେ ଆଗାମୀ ୫୦ ବର୍ଷର ସମ୍ଭାବନା ଏଥିରେ ସାମିଲ ଥାଏ। ଏହାକୁ ଦୃଷ୍ଟିରେ ରଖି ରାସ୍ତାଠାରୁ ଜଳ ନିଷ୍କାସନ, ରାତ୍ରିକାଳୀନ ରହଣିଠାରୁ ଭେଣ୍ଡିଂ ଜୋନ୍‌ର ଅବସ୍ଥିତି ପ୍ରତି ସଚେତନ ହେବାକୁ ପଡ଼ିବ। ତେବେ ଗତ ୨୨ ବର୍ଷ ପୂର୍ବେ ପ୍ରତିଷ୍ଠିତ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟ କାର୍ଯ୍ୟାଳୟ ଏକ ସାଇନବୋର୍ଡ ମଧ୍ୟରେ ରହିଛି। ପ୍ରକଳ୍ପର ଅନୁମୋଦନ ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉନାହିଁ। ଜିଲାର ବ୍ୟସ୍ତବହୁଳ ତିନିମୁହାଣୀ ଛକ ଏବେ ଟ୍ରାଫିକ ସମସ୍ୟା ଲାଗି ରହୁଛି। କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ସହ ସହର ମଧ୍ୟକୁ ଏହା ସଂଯୋଗସ୍ଥଳ। ଛକକୁ ଅଧିକ ପ୍ରଶସ୍ତ ଓ ଯାତାୟାତ ପାଇଁ ଏହାର ସମ୍ପ୍ରସାରଣ ଜରୁରୀ ହୋଇପଡ଼ିଛି। ଏଥିପାଇଁ ନିକଟରେ ଥିବା ଚଟିପୋଲଠାରୁ ନୂତନ ରାସ୍ତା ନିର୍ମାଣାଧୀନ ଅଛି। ତେବେ ତିନିମୁହାଣୀ ଛକରେ ଏକାଧିକ ପ୍ରକଳ୍ପ ଟ୍ରାଫିକ ସମସ୍ୟାକୁ ଉତ୍କଟ କରିଛି। ଏଠାରେ କିଛିଦିନ ହେବ ଗାନ୍ଧୀ ସ୍ମୃତି ନାମରେ ଏକ ପିଣ୍ଡି ନିର୍ମାଣ ହୋଇଛି। ସେହିପରି ଶୌଚାଳୟ ଓ ଆଇ ଲଭ୍‌ କେନ୍ଦ୍ରାପଡ଼ା ପ୍ରତୀକ ରହିଥିବାରୁ ରାସ୍ତା ଉପରେ ବାଇକ୍‌ଠାରୁ ଅଟୋର ଭିଡ଼ ଜମୁଛି। ସହରର ପ୍ରବେଶ ପଥରେ ଭେଣ୍ଡିଂ ଜୋନ୍‌ ପାଇଁ ବ୍ୟବସ୍ଥା ହୋଇଛି। ଏହାସହ ଏଠାରେ ଥିବା ଗେଟ୍‌ର ପ୍ରାସଙ୍ଗିକତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛ। ତିନିମୁହାଣୀ ଛକ ନିକଟରେ ଥିବା ଇଣ୍ଡଷ୍ଟ୍ରିଆଲ ଏରିଆରେ ଭେଣ୍ଡିଂ ଜୋନ୍‌ଠାରୁ ଆରମ୍ଭ କରି ଶୌଚାଳୟ, ଗାନ୍ଧୀ ସ୍ମୃତିପୀଠ, ଐତିହ୍ୟ ମ୍ୟୁଜିୟମ ଆଦି ହୋଇପାରିଥାନ୍ତା। ଫଳରେ ଆଗାମୀ ଦିନରେ ସହରର ଯାତାୟାତ ସହ ସୌନ୍ଦର୍ଯ୍ୟ ପ୍ରଦାନ କ୍ଷେତ୍ରରେ ଏହାର ଭାଗୀଦାରି ରହିଥାନ୍ତା। ଜିଲାର କୃଷି ପରି ପର୍ଯ୍ୟଟନ ଶିଳ୍ପ ଆର୍ଥିକ ଉନ୍ନତି ଆଣିପାରିବ। ଏଥିସହ ନିକଟରେ ଆଖଡ଼ାଶାଳି ବନ୍ଦର, ଷ୍ଟିଲ୍‌ ଇଣ୍ଡଷ୍ଟ୍ରି ପ୍ରତିଷ୍ଠା ହେବ ବୋଲି ରାଜ୍ୟ ସରକାର ଜିଲାବାସୀଙ୍କୁ ସ୍ବପ୍ନ ଦେଖାଇଛନ୍ତି। ଏସବୁରେ ସହରର ଭୂମିକା କମ୍‌ ନୁହେଁ। ସହର ମଧ୍ୟରେ ଥିବା ଯାତ୍ରୀନିବାସ, ରାତ୍ରି ରହଣିସ୍ଥଳ, କଲ୍ୟାଣ ମଣ୍ଡପ, ଇଚ୍ଛାପୁରରେ ଥିବା ପର୍ଯ୍ୟଟନ ବିଭାଗର ନିବାସର ଉପଯୋଗିତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଗାମୀ ଦିନରେ ଜିଲା ବାହାର ଲୋକଙ୍କୁ ରହିବା ସମସ୍ୟା ସୃଷ୍ଟି କରିବ। ଜିଲାରେ ବିକ୍ଷିପ୍ତ ଭାବେ ଥିବା ଐତିହ୍ୟ ସ୍ମାରକୀ ପାଇଁ ମ୍ୟୁଜିୟମ ଆବଶ୍ୟକ। ସେହିପରି ଜବରଦଖଲ ମୁକ୍ତ ନ ହେଲେ ସହର ମଧ୍ୟରୁ ଜଳ ନିଷ୍କାସନ ବ୍ୟବସ୍ଥା ହୋଇପାରିବନାହିଁ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ପ୍ରକଳ୍ପର ଅବସ୍ଥିତି ଓ ସମସ୍ୟା ସମ୍ପର୍କରେ ସମୀକ୍ଷା ହେବ। ଏକ ସୁନ୍ଦର ସହର ଗଠନ ପାଇଁ ପ୍ରୟାସ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri