Odisha Elections 2024
Posted inଜାତୀୟ

ଜୁନ୍‌ରେ ପାଇକାରୀ ମୁଦ୍ରାସ୍ଫୀତି ୪.୧୨%

ନୂଆଦିଲ୍ଲୀ,୧୫।୭: ଗତ କିଛି ମାସ ହେବ ଭାରତୀୟ ପାଇକାରୀ ମୁଦ୍ରାସ୍ଫୀତିରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ୨୦୨୩ରେ କ୍ରମାଗତ ୩ୟ ଥର ପାଇଁ ପାଇକାରୀ ମୁଦ୍ରାସ୍ଫୀତିର ହାର ହ୍ରାସ ପାଇଛି। ବିଶେଷକରି ଗତ ୮ ବର୍ଷର ସର୍ବନିମ୍ନ ସ୍ତରକୁ ପାଇକାରୀ ମୁଦ୍ରାସ୍ଫୀତି ହାର ଖସି ଆସିଛି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୨୩ ଜୁନ ମାସର ପାଇକାରୀ ମୁଦ୍ରାସ୍ଫୀତି ହାର ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଛି। ଉକ୍ତ ସୂଚନା ଅନୁଯାୟୀ, ୨୦୨୩ ଜୁନ୍‌ରେ ଦେଶର ପାଇକାରୀ ମୁଦ୍ରାସ୍ଫୀତି ୪.୧୨%କୁ ଖସି ଆସିଛି। ୨୦୨୩ ମେରେ ମଧ୍ୟ ପାଇକାରୀ ମୁଦ୍ରାସ୍ଫୀତ ୩.୮% ରହିଥିଲା। ପାଇକାରୀ ମୁଦ୍ରାସ୍ଫୀତି ନିମ୍ନମୁଖୀ ହେବା ଫଳରେ ଦରଦାମ ବୃଦ୍ଧିର ସମ୍ଭାବନା ହ୍ରାସ ସହ ଖାଉଟି ସାମଗ୍ରୀରେ ଦର ହ୍ରାସ ନେଇ ଆଶା କରାଯାଉଛି। ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୨୦୨୩ ଜୁନରେ ଖଣିଜ ତୈଳ, ଖାଦ୍ୟ ପାନୀୟ ସାମଗ୍ରୀ, ମୌଳିକ ଧାତୁ, ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସ୍‌ ଆଦି ଦାମରେ ହ୍ରାସ ଦେଖାଦେଇଛି। ଏହା ବ୍ୟତୀତ ଟେକ୍ସଟାଇଲ ଦାମ୍‌ ମଧ୍ୟ ନିମ୍ନସ୍ତରକୁ ଖସି ଆସିଛି। ଏହା ପ୍ରଭାବ ଦରବୃଦ୍ଧି କମ୍‌ କରିପାରେ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରୁଛନ୍ତି। ସେହିଭଳି ଖାଦ୍ୟ ସାମଗ୍ରୀ ଦରବୃଦ୍ଧିରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି। ୨୦୨୩ ଜୁନ୍‌ରେ ଏହାର ପରିମାଣ ୧.୨୪% ରହିଥିଲା ବେଳେ ୨୦୨୩ ମେ’ରେ ୧.୫୯% ରହିଥିଲା। ଅପରପକ୍ଷରେ ବିଜୁଳି ଏବଂ ଶକ୍ତି କ୍ଷେତ୍ରରେ ମଧ୍ୟ ଦର ବୃଦ୍ଧି ହ୍ରାସ ହୋଇଛି। ଫଳରେ ୨୦୨୩ ଜୁନ୍‌ରେ ଏହାର ପରିମାଣ ହ୍ରାସ ଘଟି ୧୨.୬୩% ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri