ମିଟର ରିଡିଂ ଅଧିକ ଆସିବାରୁ ବିଦ୍ୟୁତ୍‌ କର୍ମଚାରୀଙ୍କୁ ହତ୍ୟା କଲେ ଉପଭୋକ୍ତା

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀନରେ କାର୍ଯ୍ୟରତ ଗାଲେରୀର ଜଣେ କର୍ମଚାରୀଙ୍କୁ ସୋମବାର ଅତି ନିର୍ମମ ଭାବେ କୁପାଟି ଗ୍ରାମରେ ହତ୍ୟା କରାଯାଇଛି। ମୃତ କର୍ମଚାରୀ ଜଣଙ୍କ ହେଲେ ଗାଲେରୀର ଲକ୍ଷ୍ମୀନାରାୟଣ ତ୍ରିପାଠୀ (୫୨)। ମିଟର ରିଡ଼ିଂ ଅଧିକ ହେବାରୁ ଉପଭୋକ୍ତା ଏବଂ କର୍ମଚାରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉପଭୋକ୍ତା ଜଣଙ୍କ କର୍ମଚାରୀଙ୍କୁ ହତ୍ୟା କରିଥିଲେ।
ଘଟଣା ପରେ ଅଭିଯୁକ୍ତଙ୍କୁ ଗ୍ରାମବାସୀ କାବୁ କରିବା ପାଇଁ ଚେଷ୍ଟା କରିଥିଲେ। ହେଲେ ଅଭିଯୁକ୍ତ ଗ୍ରାମବାସୀଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇଥିଲେ। ଏଥିରେ ଗ୍ରାମର ରିଙ୍କୁ ନାଇକ ଆହତ ହୋଇ ଗାଲେରୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।

ପରେ କୌଶଳ କ୍ରମେ ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରି ନିସ୍ତୁକ ମାଡ଼ମାରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଘଟଣା ପରେ ଟାଟା ପାୱାର ଅଧିକାରୀ ପରିସ୍ଥିତି ପ୍ରତି ନଜର ରଖିବା ସହ କେଉଁଭଳି ପରିସ୍ଥିତିରେ ଏତେବଡ଼ ଘଟଣା ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛନ୍ତି।

ଗାଲେରୀ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇବା ପଠାଇଛି। ଖବର ପାଇ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଲକ୍ଷ୍ମୀନାରାୟଣ ବହୁଦିନ ହେବ ମିଟର ରିଡ଼ିଂ କାମ କରୁଥିଲେ।

ସୂଚନା ଯୋଗ୍ୟ, ଲକ୍ଷ୍ମୀନାରାୟଣ ସ୍ତ୍ରୀଙ୍କ ସହ ଗ୍ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ ସ୍ତ୍ରୀଙ୍କୁ ଘରେ ଛାଡ଼ି ମିଟର ରିଡିଂ ଆଣିବାକୁ କୁପାଟି ଗ୍ରାମକୁ ଯାଇଥିଲେ। ଏହି ସମୟରେ ଜଣେ ଉପଭୋକ୍ତଙ୍କ ମିଟର ରିଡ଼ିଙ୍ଗ ଲକ୍ଷ୍ମୀନାରାୟଣ ନେବାକୁ ଯାଇଥିବା ବେଳେ ଉପଭୋକ୍ତା ଜଣଙ୍କ ପଚାରିଥିଲେ ମୋର କାହିଁକି ଅଧିକ ବିଲ ଆସୁଛି। ଲକ୍ଷ୍ମୀନାରାୟଣ କୁଆଡେ କହିଥିଲେ ଏନେଇ ମୁଁ ଜାଣିନି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପଚାର। ଏଥିରେ ଉପଭୋକ୍ତା ଜଣଙ୍କ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଏକ ଟାଙ୍ଗିଆରେ ଲକ୍ଷ୍ମୀନାରାୟଣଙ୍କୁ ହାଣି ହତ୍ୟା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri