ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ୟାସ ଗୋଦାମରେ ତାଲା ପଡ଼ିଥିବା ବେଳେ କର୍ମଚାରୀ ଆସିବାରେ ବିଳମ୍ବ, ଦୀର୍ଘ ବହୁ ସମୟ ଧରି ଅପେକ୍ଷା କରିବା ସହ ଦୀର୍ଘ ଦିନ ଧରି ଗ୍ୟାସ ମିଳୁ ନ ଥିବାରୁ କଳାବଜାର ହେଉଥିବା ଆଶଙ୍କା କରି ପ୍ରତିବାଦ କରିଛନ୍ତି। ଘରକୁ ଗ୍ୟାସ୍‌ ଯୋଗାଣ କରାଯାଉ ନ ଥିବାରୁ ବହୁ ବରିଷ୍ଠ ନାଗରିକ, ମହିଳାମାନେ ଦୀର୍ଘ ୮ କିମି ଯାଇ ଆଣିବାକୁ ପଡୁଥିବାରୁ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି।

ସରକାର ଗ୍ୟାସ ଅଭାବ ନ ଥିବା କହୁଥିବା ବେଳେ କେନ୍ଦୁଝରରେ ଦୀର୍ଘ ମାସ ହେଲା ଉପଭୋକ୍ତା ଅସନ୍ତୋଷ ଲାଗି ରହିଥିବା ବେଳେ ପୁଞ୍ଜିଭୂତ ଅସନ୍ତୋଷ ଅନେକ ସମୟରେ ଉଗ୍ରରୂପ ଧାରଣ କରି ରାସ୍ତା ଅବରୋଧ କରିବାକୁ ବାଧ୍ୟ ହେଉଛନ୍ତି। ଏହାର ସମାଧାନ ନ ହେଲେ ଗ୍ୟାସ ଧରି ଜିଲାପାଳଙ୍କ ଅଫିସ ଆଗରେ ପ୍ରଦର୍ଶନ କରିବେ ବୋଲି ଅନେକ ମତବ୍ୟକ୍ତ କରୁଛନ୍ତି।

ସୂଚନାଯୋଗ୍ୟ, ଗ୍ୟାସ ବିତରଣରେ ଅନିୟମିତତା ପାଇଁ ଓ ଏହାକୁ ନେଇ ରାସ୍ତା ଅବରୋଧ କରି ପ୍ରତିବାଦ ଜଣାଇବା ପରେ ତୈଳ ବିତରଣ କମ୍ପାନୀ ଯୋଗାଣ କରି ଆସୁଥିବା ବ୍ରହ୍ମେଶ୍ୱର ଗ୍ୟାସ ଏଜେନ୍ସିକୁ ବନ୍ଦ କରି ଅନ୍ୟ ଏକ ସଂସ୍ଥାକୁ ଦେଇଛନ୍ତି। ଏପରିକି ବିତରଣ କମ୍ପାନୀର ଅଧିକାରୀ ଏହାର ତଦାରଖ କରୁଛନ୍ତି। ଏହା ସତ୍ତ୍ୱେ ଘରକୁ ଗ୍ୟାସ୍‌ ପହଞ୍ଚାଇବା କମ୍ପାନୀର ନିୟମ ଥିଲେ ଦିଆଯାଉନାହିଁ। ଫଳରେ ଲୋକଙ୍କୁ ଗ୍ୟାସ୍‌ ଧରି ଦୀର୍ଘ ବହୁ ବାଟ ଅସୁରକ୍ଷିତ ଅବସ୍ଥାରେ ସିଲିଣ୍ଡର ବୋହି ଯିବାକୁ ପଡୁଛି। ଅନେକ ସମୟରେ ଗ୍ୟାସ ମିଳୁ ନ ଥିବାରୁ ନିରାଶ ହୋଇ ଫେରିବାକୁ ବି ପଡୁଛି। ଫଳରେ ପୁଞ୍ଜିଭୂତ ଅସନ୍ତୋଷ ଅନେକ ସମୟରେ ଉଗ୍ର ରୂପ ନେଉଛି
ବୋଲି ଇଂ ବିନୋଦ ବିହାରୀ ନାୟକ କହିଛନ୍ତି। ଏହା ସତ୍ତ୍ୱେ ଦୁର୍ଦ୍ଦଶା କମିବା ବଦଳରେ ବଢୁଥିବାରୁ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri