ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସମସ୍ୟା ବୁଝିବ ସମ୍ପର୍କ କେନ୍ଦ୍ର

ବ୍ରହ୍ମପୁର ଅଫିସ,୧୧ା୧୨: ଗ୍ରାମାଞ୍ଚଳରେ ସମସ୍ତ ପ୍ରକାର ବିଦ୍ୟୁତ ସଂପର୍କିତ ସମସ୍ୟାର ସମାଧାନ ଗୋଟିଏ ସ୍ଥାନରେ କରିବା ପାଇଁ ଟିପି ସଦର୍ଣ୍ଣ ଓଡିଶା ଲିମିଟେଡ (ଟିପିଏସ୍‌ଓଡିଏଲ) ସମ୍ପର୍କ କେନ୍ଦ୍ର କରୁଛି। ବ୍ରହ୍ମପୁର ବିଦ୍ୟୁତ ଡିଭିଜନ-୨ ଓ ହିଞ୍ଜିଳିକାଟୁ ଡିଭିଜନରେ ଏହି କାର୍ଯ୍ୟ ସଫଳତାର ସହ ସମ୍ପାଦିତ ହୋଇଛି। ଟିପିଏସଓଡିଏଲ ସମସ୍ତ ଗ୍ରାମୀଣ ଏଫସିସିକୁ ସମ୍ପର୍କ କେନ୍ଦ୍ରରେ ପରିଣତ କରିବ। ଗ୍ରାମୀଣ ସେବା ପ୍ରଦାନରେ ସମ୍ପର୍କ କେନ୍ଦ୍ର ଗୁଡିକ ପରିବର୍ତ୍ତନକାରୀ ଭୂମିକା ତୁଲାଇବେ। ବିଦ୍ୟୁତ ବିଲ ପୈଠ ସମସ୍ୟା, ବିବାଦୀୟ ବିଲର ଫଇସଲା, ଯୋଗାଯୋଗ ନଂ ଓ ଇ-ମେଲ ଠିକଣା ଅପଡେଟ, ନୂଆ ସଂଯୋଗ ବିଷୟରେ ସୂଚନା ଓ ବକେୟାର ସ୍ପଟ ଇଲେକ୍ସନ ଏବଂ ମିଟର ନ ଥିବା ସଂଯୋଗର ନିୟମିତକରଣ, ବାଣିଜି୍ୟକ ଅଭିଯୋଗ ଦାଖଲ ଆଦି ସମସ୍ୟାର ସମାଧାନ ପାଇଁ ଗ୍ରାହକମାନେ ସମ୍ପର୍କ କେନ୍ଦ୍ରକୁ ଆସିପାରିବେ। ଏହି ପ୍ରକ୍ରିୟାକୁ ଅଧିକ ସହଜ କରିବା ପାଇଁ ଗ୍ରାହକମାନେ ସେମାନଙ୍କ ଅଭିଯୋଗ ପାଇଁ ୨୪ ଘଣ୍ଟିଆ ଦେୟମୁକ୍ତ ନଂ-୧୯୧୨ କିମ୍ବା ୧୮୦୦୩୪୫୬୭୯୭ରେ ଯୋଗାଯୋଗ କରିପାରିବେ। ଏଥିସହ ନୂତନ ସଂଯୋଗ ପାଇଁ ୭୦୦୮୮୦୮୮୮୮ରେ ମିସଡ କଲ କରିପାରିବେ ବୋଲି ଟିପିଏସଓଡିଏଲ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅରବିନ୍ଦ ସହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri