ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ବାରକୋଟ ଥାନା ବଲାଣି ଗ୍ରାମର ସମ୍ବାରୁ ଲୁହୁରାଙ୍କ ପୁଅ ବାଦଲ ଲୁହୁରା(୨୧) ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ ସନ୍ଧ୍ୟାରେ ମେଗା ଲିଫ୍ଟ ପ୍ରକଳ୍ପରେ ନିୟୋଜିତ ଭଲଟାସ କମ୍ପାନୀରେ ନିୟୋଜିତ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟର କଲା ଗ୍ରାମପଟୁ ବାରକୋଟ ଆଡ଼କୁ ଆସୁଥିଲା। ତେବେ ପଛପଟୁ ଆସୁଥିବା ଏକ କଣ୍ଟେନର ଉକ୍ତ କ୍ରାକ୍ଟରଟିକୁ ବାହାଡ଼ାପୋସିସ୍ଥିତ ୪୯ ନମ୍ବର ଜାତୀୟ ରାଜପଥ ଓଭର ବ୍ରିଜ୍‌ ଉପରେ ଧକ୍କା ଦେବାରୁ ଘଟଣାସ୍ଥଳରେ ଟ୍ରାକ୍ଟର ଚାଳକ ବାଦଲଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଟ୍ରାକ୍ଟରରେ ବସିଥିବା ଅନ୍ୟ ଜଣେ ଟ୍ରାକ୍ଟରରୁ ତଳକୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଅନୁଗୋଳ ଜିଲାର ପାଲଲହଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ କ୍ଷତପୂରଣ ଦାବିରେ ମୃତ ଟ୍ରାକ୍ଟର ଚାଳକ ବାଦଲଙ୍କ ପରିବାର ଲୋକେ ସ୍ଥାନୀୟ ଲୋକଙ୍କ ସହିତ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ୪୯ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟକ ଯାନବାହନ ଅଟକି ରହିଥିଲା। ତେବେ ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଶୁଝା କରିବା ପରେ ରାସ୍ତାରୋକୋ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri