ନଳକୂପରୁ ବାହାରୁଛି ଦୂଷିତ ପାଣି: ସମାଧାନ ନ ହେଲେ ଭୋଟ ଦେବୁନାହିଁ

ପାରଳାଖେମୁଣ୍ଡି,୧୫ା୨(ଗିରିଧାରୀ ପରିଛା): ଗଜପତି ଜିଲା ଗୋଶାଣୀ ବ୍ଲକ ଅଧୀନ ଲାବଣ୍ୟଗଡ଼ ପଞ୍ଚାୟତ କାନସଡା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେବା ସହ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି।

ଗ୍ରାମରେ ସ୍ବଚ୍ଛ ପାନୀୟ ଜଳ ପାଇବା ପାଇଁ ଗ୍ରାମବାସୀ ରାଜନେତାଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀମାନଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣୁ ନ ଥିବା ଅଭିଯୋଗ କରିଛନ୍ତି। ଫଳରେ ଗାଁରେ ଦୀର୍ଘ ଦିନ ହେଲା ଲୋକେ ସ୍ବଚ୍ଛ ପାଣି ମୁନ୍ଦାଏ ପାଇବାରୁ ବଞ୍ଚିତ ହେଉଥିବା ଗାମବାସୀ ପ୍ରକାଶ କରିଛନ୍ତି।

ଗ୍ରାମରେ ୮୦ରୁ ଊଦ୍ଧର୍‌ବ ପରିବାର ବସବାସ କରୁଥିବା ବେଳେ ୪୦୦ରୁ ଊଦ୍ଧର୍‌ବ ଜନସଂଖ୍ୟା ରହିଛି। ଗ୍ରୀଷ୍ମଋତୁ ଆସିଲେ ପୋଖରୀ, ନାଳ ଓ ନଳକୂପଗୁଡିକ ଶୁଖିଯାଉଛି। ଦୁଇଟି ନଳକୂପ ଅଛି, କିନ୍ତୁ ସେଥିରୁ ଲୌହଯୁକ୍ତ ପାଣି ବାହାରୁଥିବାରୁ ପିଇବା ପାଇଁ ଉପଯୁକ୍ତ ହେଉନାହିଁ। ତଥାପି ଉପାୟଶୂନ୍ୟ ହୋଇ ଲୋକେ ନଳକୂପ ପାଣି ପିଇ ବିଭିନ୍ନ ପ୍ରକାର ରୋଗରେ ଆକ୍ରାନ୍ତ ହେଉଥିବା ଗ୍ରାମବାସୀ ଅଭିଯୋଗ କହିଛନ୍ତି।

ଏନେଇ ଗ୍ରାମବାସୀ ସରପଞ୍ଚଠାରୁ ଆରମ୍ଭ କରି ଜିଲା ପ୍ରଶାସନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି। କିନ୍ତୁ ବର୍ତ୍ତମାନ ସୁଦ୍ଧା ଏହାର କୌଣସି ସମାଧାନ ହୋଇପାରି ନାହିଁ। ଯଦି ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ କରା ନ ଯାଏ ତେବେ ଭୋଟ ବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ଉପବିଭାଗୀୟ ଅଧିକାରୀ ରବୀନ୍ଦ୍ର କୁମାର ଚୌଧୁରୀଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ଜଳସମସ୍ୟା ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ନିକଟରେ ପହଁଚିବା ପରେ ନୂତନ ଭାବେ ଏକ ବୋରଓ୍ବେଲ ଖୋଳାଯାଇଛି। ଦୂଷିତ ପାଣି ବାହାରୁଥିବା ନଳକୂପକୁ ଅତିଶୀଘ୍ର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri