ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ ପ୍ରଦୂଷଣ ସମ୍ପର୍କରେ ଏକ ବୈଷୟିକ ତଦନ୍ତ ପାଇଁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଅଗଷ୍ଟ ୧୧ରେ ଓଏସ୍‌ପିସିବି ଏ ସମ୍ପର୍କରେ ରିପୋର୍ଟ ପ୍ରଦାନ ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ଏଠାରେ ଆମିକସକ୍ୟୁରୀ ମୋହିତ ଅଗ୍ରୱାଲ ଆଶଙ୍କା କରିଛନ୍ତି, ବ୍ରାହ୍ମଣୀ ନଦୀ ଜଳ ଭିତରକନିକାକୁ ସର୍ବାଧିକ ପ୍ରଦୂଷିତ କରୁଛି। ନାଲ୍‌କୋ ଓ ଅନ୍ୟ ରାସାୟନିକ ସାର ଶିଳ୍ପରୁ ନିର୍ଗତ ରାସାୟନିକ ଦ୍ରବ୍ୟ ବ୍ରାହ୍ମଣୀ ନଦୀକୁ ପ୍ରଦୂଷିତ କରୁଛି। ଏହି ଶିଳ୍ପଗୁଡ଼ିକ କୋଇଲା ସହ ଫ୍ଲୋରାଇଡ, ନାଇଟ୍ରୋଜେନ, ସିଆନାଇଡ, କ୍ରୋମିୟମ, ଫ୍ଲାଏ ଆଶ୍‌ ସହ ଅନ୍ୟ ସାମଗ୍ରୀ ବ୍ୟବହାର କରୁଥିବାରୁ ଏହାର ଉଦ୍‌ବୃତ୍ତ ଅଂଶ ବ୍ରାହ୍ମଣୀରେ ମିଶୁଛି। ଭିତରକନିକା ଜଳ ପ୍ରଦୂଷଣରେ ଅବାଧ ନୌଚଳାଚଳ, ବେଆଇନ ଭାବେ ରହିଥିବା ବାଂଲାଦେଶୀଙ୍କ ଦ୍ୱାରା ବନକ୍ଷୟ ଓ ଚିଙ୍ଗୁଡ଼ି ଘେରି ନଦୀଜଳ ପ୍ରଦୂଷଣର କାରଣ ହୋଇଛି। ଅପରପକ୍ଷରେ ଏହି ଆର୍ଦ୍ରଭୂମିକୁ ଆଗାମୀଦିନରେ ମଧୁର ଜଳ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ସିଷ୍ଟମ୍‌ରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ନାଳ ଭିତରକନିକାର ହେନ୍ତାଳ ବଣକୁ ବଞ୍ଚାଇ ରଖିଛି। ହେଲେ ବିଭିନ୍ନ ସ୍ଥାନରେ ମଧୁର ପାଣି ଅଟକ ଓ ଉତ୍ତୋଳନ ଜୈବବିବିଧତାକୁ ନଷ୍ଟ କରିବ ବୋଲି ସ୍ଥାନୀୟ ଅଞ୍ଚଳର ପରିବେଶବିତ୍‌ ମତ ଦେଇଛନ୍ତି।
ପରିବେଶବିତ୍‌ ହେମନ୍ତ କୁମାର ରାଉତ, ପ୍ରାଧ୍ୟାପକ ଭୁବନମୋହନ ଜେନା, ଅଧ୍ୟାପକ କ୍ଷୀତିଶ କୁମାର ସିଂହ ପ୍ରମୁଖ କୁହନ୍ତି, ମଧୁର ଜଳ ଅଭାବ ହେନ୍ତାଳବଣ ନଷ୍ଟର ପ୍ରମୁଖ କାରଣ ହେବ। ୬୦ ପ୍ରତିଶତ ଲୁଣା ଓ ୪୦ ପ୍ରତିଶତ ମଧୁର ଜଳର ମିଶ୍ରଣ ଅଞ୍ଚଳରେ ହେନ୍ତାଳବଣ ସୃଷ୍ଟି ହୋଇଥାଏ। ମଧୁର ଜଳ ନ ଥିବାରୁ ସମୁଦ୍ର ତଟରେ କେବଳ ଝାଉଁବଣ ଦେଖିବାକୁ ମିଳୁଛି। ଭିତରକନିକାକୁ ମଧୁର ଜଳ ଯୋଗାଉଥିବା ମୁଖ୍ୟତଃ ମହାନଦୀ, ବୈତରଣୀ ଓ ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତା ଏବେ ଅକାମୀ ହେବାକୁ ଯାଉଛି। ଛତିଶଗଡ଼ ରାଜ୍ୟରେ ବନ୍ଧ ନିର୍ମାଣ ପରେ ମହାନଦୀ ଜଳକୁ ନେଇ ଓଡ଼ିଶା ସରକାରଙ୍କ ସହ ଦ୍ୱନ୍ଦ୍ୱ ଦେଖାଯାଇଛି। ଅଣ ମୌସୁମୀରେ ମହାନଦୀର ତଳମଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲାରେ ଜଳସ୍ରୋତ କମିଯାଇଛି। ଏହି ସମୟରେ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ସନ୍ତରାଠାରେ ମହାନଦୀରେ ଏକ ବୃହତ୍‌ ଜଳାଶୟ ନିର୍ମାଣ କରାଯାଇ କେନ୍ଦ୍ରାପଡ଼ା ଜିଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହେବାକୁ ଯାଉଛି। ଜଳାଶୟରୁ ଉଦ୍‌ବୃତ୍ତ ଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୨୦୦ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ୨ଟି ମେଗା ପ୍ରକଳ୍ପ ନିର୍ମାଣାଧୀନ ଅଛି। ଫଳରେ ମହାନଦୀର ଜଳ ତଳମୁଣ୍ଡରେ ଥିବା ଭିତରକନିକାକୁ ମଧୁର ଜଳ ପହଞ୍ଚତ୍ବା ଆଶା କ୍ଷୀଣ ହୋଇଛି। ସେହିପରି କିଛିବର୍ଷ ଧରି ଅଣମୌସୁମୀ ସମୟରେ ବୈତରଣୀର ମଧୁର ଜଳ ଭିତରକନିକାକୁ ପହଞ୍ଚତ୍ ନାହିଁ। ମୌସୁମୀ ସମୟରେ ଭିତରକନିକା ଆସୁଥିବା ଜଳକୁ ଏବେ ଯାଜପୁର ସହର ନିକଟ ନିର୍ମାଣାଧୀନ ଜଳାଶୟରେ ରଖିବାକୁ ଯୋଜନା ହୋଇଛି। ବ୍ରାହ୍ମଣୀ ସିଷ୍ଟମରେ ବ୍ରାହ୍ମଣୀ ଓ ଶାଖାନଦୀ ଖରସ୍ରୋତା ଅଛି। ଏବେ ଖରସ୍ରୋତାରେ କେନ୍ଦ୍ରାପଡ଼ା ଜିଲାର ୨ଟି ସ୍ଥାନରେ ମେଗା ଜଳସେଚନ ପ୍ରକଳ୍ପ ଓ ୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିସହ ଭଦ୍ରକ ଜିଲାର ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ନିଆଯିବ। ଏହି ୫ ପ୍ରକଳ୍ପର ଆବଶ୍ୟକ ଜଳକୁ ଖରସ୍ରୋତାରେ ଏକ ବ୍ୟାରେଜ ଦ୍ୱାରା ଅଟକାଇବା ପାଇଁ ସ୍ଥାନୀୟ ଅଞ୍ଚଳରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନ ହେଉଛି। ବ୍ୟାରେଜ ପରେ ଉଦ୍‌ବୃତ୍ତ ଜଳ ଭିତରକନିକାରେ ପହଞ୍ଚତ୍ବା ନେଇ ସନ୍ଦେହ ହୋଇଛି। କେବଳ ବ୍ରାହ୍ମଣୀର ସ୍ବଳ୍ପଧାରା ଭିତରକନିକାର ପ୍ରାକୃତିକ ବିଭବକୁ ବଞ୍ଚାଇବା ସମ୍ଭବ ନୁହେଁ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?