Posted inଜାତୀୟ

ଅଦାଲତ ଅବମାନନା ମାମଲା ବନ୍ଦ ହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୪ : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ଧର୍ମଘଟ ଓ ପିକେଟିଂରେ ସାମିଲ ହୋଇଥିବା ଓକିଲମାନଙ୍କ ବିରୋଧରେ ଅଦାଲତ ଅବମାନନା ବିଚାର ପ୍ରକ୍ରିୟା ବନ୍ଦ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସମସ୍ତଙ୍କୁ ସତ୍ୟପାଠ ଦାଖଲ ଲାଗି ସୁଯୋଗ ଦିଆଯାଉ ବୋଲି ଜଷ୍ଟିସ୍‌ ଏସ୍‌.କେ. କୌଲ ଏବଂ ଅରବିନ୍ଦ କୁମାରଙ୍କ ଖଣ୍ଡପୀଠ କହିଛନ୍ତି। ଶୁଣାଣି ବେଳେ ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ଆଇନଜୀବୀ ଶିବୋଶଙ୍କର ମିଶ୍ରା କହିଥିଲେ, ୩୩ ଜଣ ଓକିଲ ଲିଖିତ ପ୍ରତିଶ୍ରୁତି ସହ ସତ୍ୟପାଠ ଏପର୍ଯ୍ୟନ୍ତ ଦାଖଲ କରିନାହାନ୍ତି। ସର୍ବୋଚ୍ଚ ଅଦାଲତଙ୍କ ବାରଣ ସତ୍ତ୍ୱେ ଆଇନଜୀବୀମାନେ ଆନ୍ଦୋଳନରେ ସାମିଲ ହୋଇ କୋର୍ଟ କାର୍ଯ୍ୟରେ ବାଧା ସୃଷ୍ଟି କରିବା ସହ ଭଙ୍ଗାରୁଜା କରିଥିଲେ। ସେଥିପାଇଁ ଗତ ଜାନୁୟାରୀରେ ସୁପ୍ରିମକୋର୍ଟ ୧୯୧ ଜଣ ଓକିଲଙ୍କୁ ଅଦାଲତ ଅବମାନନା ନୋଟିସ ପଠାଇଥିଲେ। ୩୩ ଓକିଲଙ୍କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା ସହ ସତ୍ୟପାଠ ଦାଖଲ ଲାଗି ଶେଷ ସୁଯୋଗ ଭାବେ ୩ ସପ୍ତାହ ସୁଯୋଗ ଦିଆଗଲା। ଏହି ସମୟସୀମା ମଧ୍ୟରେ ଯଦି ସେମାନେ ସତ୍ୟପାଠ ଦାଖଲ ନ କରନ୍ତି, ତେବେ ସେମାନଙ୍କର କିଛି କହିବାର ନାହିଁ ବୋଲି ଧରାଯାଇ ଅଦାଲତ ଅବମାନନା ମାମଲାର ବିଚାର ଚାଲିବ ବୋଲି ଖଣ୍ଡପୀଠ କହିଛନ୍ତି। ରାଜ୍ୟରେ ସବୁ ଅଦାଲତ ଚାଲୁଛି କି ନାହିଁ ବୋଲି ଖଣ୍ଡପୀଠ ପ୍ରଶ୍ନ କରିବାରୁ ସବୁ ଠିକ୍‌ଠାକ୍‌ ଚାଲିଥିବା ମିଶ୍ରା କହିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ମାସକୁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri