Posted inଜାତୀୟ

କାର୍ଯ୍ୟାନୁଷ୍ଠାନ ନ ନେଲେ ଅଦାଲତ ଅବମାନନା

ନୂଆଦିଲ୍ଲୀ,୨୨ା୧୦: ଦେଶରେ ଦିନକୁ ଦିନ ଘୃଣିତ ମନ୍ତବ୍ୟ ଘଟଣା ବଢ଼ୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଏକବିଂଶ ଶତାବ୍ଦୀ, ଅଥଚ ଧର୍ମ ନାମରେ ଆମେ କେଉଁଠି ପହଞ୍ଚତ୍ଲେଣି ବୋଲି ଜଷ୍ଟିସ କେ.ଏମ୍‌. ଜୋସେଫ ଏବଂ ହୃଷୀକେଶ ରାୟଙ୍କ ଖଣ୍ଡପୀଠ ପ୍ରଶ୍ନ କରିବା ସହ ଘୃଣିତ ମନ୍ତବ୍ୟକୁ ନିନ୍ଦା କରିଛନ୍ତି। ଏଭଳି ଘଟଣାରେ ଆନୁଷ୍ଠାନିକ ଅଭିଯୋଗକୁ ଅପେକ୍ଷା ନ କରି ନିଜ ଆଡ଼ୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସର୍ବୋଚ୍ଚ ଅଦାଲତ ସରକାର ଓ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ କର୍ତ୍ତୃପକ୍ଷଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଲାଗୁ ହେବ ବୋଲି ସୁପ୍ରମକୋର୍ଟ ଚେତାବନୀ ଦେଇଛନ୍ତି। ଦେଶର ଧର୍ମନିରପେକ୍ଷ ଚରିତ୍ରକୁ ସଂରକ୍ଷିତ ରଖିବାକୁ ହେଲେ ଏଭଳି କାର୍ଯ୍ୟାନୁଷ୍ଠାନ ଆବଶ୍ୟକ। ଘୃଣିତ ମନ୍ତବ୍ୟ ଭାରତ ଭଳି ଏକ ଗଣତାନ୍ତ୍ରିକ ଓ ଧର୍ମନିରପେକ୍ଷ ଦେଶରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ଖଣ୍ଡପୀଠ ମତ ଦେଇଛନ୍ତି। ଘୃଣିତ ମନ୍ତବ୍ୟ ବନ୍ଦ କରିବା ଏବଂ ଏଭଳି ମନ୍ତବ୍ୟ ଦେଉଥିବା ରାଜନେତାମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଗତ ୯ ତାରିଖରେ ଭାଜପା ଏମ୍‌ପି ପର୍ଭେଶ ବର୍ମା ଓ ଅନ୍ୟମାନେ ଦିଲ୍ଲୀରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଘୃଣିତ ମନ୍ତବ୍ୟ ଦେଇଥିଲେ। ଏହି ମାମଲାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପୂର୍ବ ଦିଲ୍ଲୀରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାକୁ ନେଇ ବିକ୍ଷୋଭ ବେଳେ ଏକ ସମ୍ପ୍ରଦାୟକୁ ସମ୍ପୂର୍ଣ୍ଣ ବାସନ୍ଦ କରିବା ଲାଗି ପର୍ଭେଶ ଆହ୍ବାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମର ଆୟୋଜକ ବିଶ୍ୱ ହିନ୍ଦୁ ପରିଷଦ ଓ ଅନ୍ୟମାନଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଏତଲା ଦାଏର କରିଛି।
ତିନିଦିନିଆ ଭାରତ ଗସ୍ତରେ ଆସିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଦେଶରେ ମାନବାଧିକାର ଉଲ୍ଲଂଘନ ରେକର୍ଡ ଏବଂ ଘୃଣିତ ମନ୍ତବ୍ୟକୁ ନିନ୍ଦା କରିଥିଲେ। ଏହାର ଦୁଇଦିନ ପରେ ସୁପ୍ରିମକୋର୍ଟ ଘୃଣିତ ମନ୍ତବ୍ୟକୁ ନେଇ କଠୋର ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ସମ୍ବିଧାନରେ ଭାରତକୁ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ନାଗରିକମାନଙ୍କ ମଧ୍ୟରେ ଭ୍ରାତୃଭାବ ସେମାନଙ୍କ ମର୍ଯ୍ୟାଦାକୁ ସୁରକ୍ଷିତ ରଖିଥିବା କଥା କୁହାଯାଇଛି। ଦେଶର ଏକତା ଓ ସଂହତି ଏହାର ମାର୍ଗଦର୍ଶକ ସିଦ୍ଧାନ୍ତ ବୋଲି ସମ୍ବିଧାନର ପ୍ରସ୍ତାବନାରେ ଉଲ୍ଲେଖ ଥିବା ବିଚାରପତି କହିଛନ୍ତି। ଅଥଚ ବିଭିନ୍ନ ଦଣ୍ଡବ୍ୟବସ୍ଥା ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ। ମୌଳିକ ଅଧିକାରର ସୁରକ୍ଷା କେବଳ ଅଦାଲତଙ୍କ ଦାୟିତ୍ୱ ନୁହେଁ, ସମ୍ବିଧାନର ସୁରକ୍ଷା ମଧ୍ୟ ଏହାର କାର୍ଯ୍ୟ ବୋଲି ଖଣ୍ଡପୀଠ କହିଛନ୍ତି। ଦେଶରେ ମୁସଲମାନ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଇ ଘୃଣିତ ମନ୍ତବ୍ୟ ଦିଆଯାଉଥିବାରୁ ଏହା ଉପରେ ଜରୁରୀ ହସ୍ତକ୍ଷେପ ପାଇଁ ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ହେଟ୍‌ ସ୍ପିଚ୍‌ ଘଟଣାର ଉପଯୁକ୍ତ ତଦନ୍ତ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଆବେଦନକାରୀ ଶାହିନ ଅବଦୁଲ୍ଲା ଶୀର୍ଷ ଅଦାଲତଙ୍କୁ ନିବେଦନ କରିଥିଲେ। ଏନେଇ ଗୁରୁବାର ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri