ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ଅଦାଲତ ଅବମାନନା: ଜବାବ ଦାଖଲ ଲାଗି ୨ ଦିନ ସମୟ ନେଲେ ସରକାର

କଟକ,୨୦ା୩(କାର୍ତ୍ତିକ ସାହୁ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ହତ୍ୟା ମାମଲାକୁ ନେଇ ରୁଜୁ ଅଦାଲତ ଅବମାନନା ମାମଲାରେ ଜବାବ ଦାଖଲ କରିବା ପାଇଁ ସରକାର ଦୁଇ ଦିନ ସମୟ ନେଇଛନ୍ତି। ହାଇକୋର୍ଟର ବିଚାରପତି ଶିବଶଙ୍କର ମିଶ୍ର ଏହି ମାମଲାର ତଦନ୍ତ ଅଗ୍ରଗତି ନେଇ ଶୁଣାଣି କରିବା ସହ ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ୨୨ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ପ୍ରକାଶ ଯେ, ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ହାଇକୋର୍ଟ ୮ ମାସ ପୂର୍ବେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତ ଡିଏସ୍‌ପି ପାହ୍ୟାର ଅଧିକାରୀ ହୋଇଥିବାରୁ ମାମଲାର ତଦନ୍ତ ଡିଆଇଜି ପାହ୍ୟାରୁ ଉପରିସ୍ଥ ଅଧିକାରୀଙ୍କ ଦ୍ୱାରା କରାଇବାକୁ ଆଦେଶ ଦେଇଥିଲେ। ହେଲେ କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ ଅଦ୍ୟାବଧି ଆରମ୍ଭ କରି ନ ଥିବା ଅଭିଯୋଗ ଆଣି ଆବେଦନକାରୀଙ୍କ ପକ୍ଷରୁ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା।
ସୂଚନାଯୋଗ୍ୟ, ଆନନ୍ଦ ଟପ୍ପୋ ଭୁବନେଶ୍ବରରେ ତାଙ୍କର ଦୁଇ ବନ୍ଧୁଙ୍କ ସହ ରହୁଥିଲେ। ୨୦୨୨ ଫେବୃଆରୀ ୨୮ରେ ଆନନ୍ଦଙ୍କୁ ଝୁଲନ୍ତା ଅବସ୍ଥାରେ ତାଙ୍କ ରୁମ୍‌ରୁ ଉଦ୍ଧାର କରି ତାଙ୍କ ବନ୍ଧୁ ମନ୍‌ଜିତ୍‌ ଟେଟେ କ୍ୟାପିଟାଲ ହସ୍‌ପିଟାଲ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆନନ୍ଦଙ୍କର ଅନ୍ୟତମ ବନ୍ଧୁ ହକି ତାରକା ବୀରେନ୍ଦ୍ର ଲାକ୍ରା ଏ ବିଷୟରେ ଆନନ୍ଦଙ୍କ ବାପାଙ୍କୁ ଫୋନ କରି ଜଣାଇଥିଲେ। ଇନ୍‌ଫୋସିଟି ଥାନା ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଥିଲା। ଅପରପକ୍ଷରେ ଆନନ୍ଦଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ପୋଲିସ ପ୍ରଥମେ ଗ୍ରହଣ କରି ନ ଥିଲା। ଅଦାଲତଙ୍କ ନିର୍ଦ୍ଦେଶ ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା। ଇନ୍‌ଫୋସିଟି ଥାନା ପୋଲିସ ଏହି ଘଟଣାର ତଦନ୍ତ କରିବା ସହ ଆନନ୍ଦଙ୍କୁ ହତ୍ୟା କରାଯାଇ ନାହିଁ ବରଂ ସେ ଆତ୍ମହତ୍ୟା କରିଛନ୍ତି ବୋଲି ପୋଲିସ ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଥିଲା। ପୋଲିସ ତଦନ୍ତରେ ଭରସା ନ ହେବାରୁ ଆନନ୍ଦଙ୍କ ବାପା ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରି ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ପୋଲିସର ତଦନ୍ତ ପ୍ରକ୍ରିୟାରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଥିଲେ। ଗତ ଜୁଲାଇ ୫ରେ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଶିବଶଙ୍କର ମହାନ୍ତି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri