ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ

କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁସାରେ, କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭଜନ୍‌ ପକ୍ଷରୁ ଗୋବରୀ ନଦୀ ଖନନ ସମୟରେ ନଦୀକୁ ଲାଗିଥିବା ଜଣେ ବ୍ୟକ୍ତିଙ୍କ ସ୍ଥିତିବାନ୍‌ ଜମିକୁ ଖୋଳି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ସମ୍ପୃୃକ୍ତ ବ୍ୟକ୍ତି ଜଣକ ଏହି ଖନନକୁ ବେଆଇନ ଦର୍ଶାଇ ଜମିର ପୂବର୍ର୍ସ୍ଥିତି ଫେରାଇବାକୁ କେନ୍ଦ୍ରାପଡ଼ା ଜିଲାପାଳ, ଉପଜିଲାପାଳ, ସ୍ଥାନୀୟ ତହସିଲଦାର ଏବଂ ଡ୍ରେନେଜ୍‌ ଡିଭିଜନ୍‌ର ମୁଖ୍ୟଯନ୍ତ୍ରୀ ପ୍ରମୁଖଙ୍କୁ ଲିଖିତ ଭାବେ ଅବଗତ କରିଥିଲେ। ହେଲେ ଏଥିରେ କିଛି ସୁଫଳ ମିଳି ନ ଥିଲା। ଫଳରେ ଆବେଦନକାରୀ ଲକ୍ଷ୍ମୀକାନ୍ତ ନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି ଆବେଦନକାରୀଙ୍କ ଜମିକୁ ପୋତି ନଦୀପାର୍ଶ୍ୱ ପଥର ପ୍ୟାକିଂ କରିବାକୁ ୨୦୨୨ରେ ଆଦେଶ ଦେଇଥିଲେ। ହେଲେ ହାଇକୋର୍ଟଙ୍କ ଉକ୍ତ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ନ ହେବାରୁ ଆବେଦନକାରୀ ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ କ୍ଷୀରୋଦ ରାଉତ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri