Posted inଜାତୀୟ

ନଭେମ୍ବର ୩୦ ଯାଏ ବଢ଼ିଲା କଣ୍ଟେନମେଣ୍ଟ କଟକଣା

ନୂଆଦିଲ୍ଲୀ, ୨୯।୧୦(ପି.ଟି.):କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ଜନସ୍ବାସ୍ଥ୍ୟ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ସେଥିପାଇଁ କେନ୍ଦ୍ର ସରକାର କୋଭିଡ୍‌ କଣ୍ଟେନମେଣ୍ଟ କଟକଣାକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ସଂକ୍ରମଣ ରୋକିବା ଲାଗି ବର୍ତ୍ତମାନର କଟକଣା ନଭେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ ବୋଲି କହିଛନ୍ତି। ଦେଶରେ ମୋଟାମୋଟି ଭାବେ ସଂକ୍ରମଣ ହ୍ରାସ ପାଇ ଚାଲିତ୍ଥବାବେଳେ ଅଳ୍ପ କେତେକ ରାଜ୍ୟର ନିର୍ଦ୍ଦିିଷ୍ଟ ଅଞ୍ଚଳରେ ଏହା ବୃଦ୍ଧି ପାଉଥିବାରୁ ଏହା ଚିନ୍ତାର କାରଣ ହୋଇଛି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ନିୟମିତ ଭାବେ ପଜିଟିଭିଟି ହାର, ହସ୍ପିଟାଲ ଏବଂ ଆଇସିୟୁରେ ଭର୍ତ୍ତି ହୋଇଥିବା ରୋଗୀ ସଂଖ୍ୟା ଅନୁଧ୍ୟାନ କରିବା ଲାଗି ସ୍ବରାଷ୍ଟ୍ର ସଚିବ ପରାମର୍ଶ ଦେଇଥିଲେ। ସମସ୍ତ ହିତାଧିକାରୀ ଯେପରି କୋଭିଡ୍‌ ଟିକା ନେଇପାରିବେ ଏବଂ ଯେଉଁମାନେ ପ୍ରଥମ ଡୋଜ୍‌ ନେଇଥିଲେ, ସେମାନଙ୍କୁ ଦ୍ୱିତୀୟ ଡୋଜ୍‌ ପ୍ରଦାନରେ ପ୍ରାଥମିକତା ଦେବା ଲାଗି ଭାଲ୍ଲା କହିଥିଲେ।
ଗତ ୨୪ ଘଣ୍ଟାରେ ୧୬,୧୫୬ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୩,୪୨,୩୧,୮୦୯ରେ ପହଞ୍ଚତ୍ଛି। ସକ୍ରିୟ ମାମଲା ସଂଖ୍ୟା ୧,୬୦,୯୮୯ ରହିଛି, ଯାହାକି ଗତ ୨୪୩ ଦିନରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ବୁଧବାର ୭୩୩ ଜଣଙ୍କ ମୃତ୍ୟୁକୁ ମିଶାଇ ମହାମାରୀ ଜନିତ ମୋଟ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?