ରାଜଧାନୀର ୯ଟି ସ୍ଥାନରେ କଣ୍ଟେନ୍‌ମେଣ୍ଟ ଜୋନ୍‌

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍‌ସି ପକ୍ଷରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଉଛି।

ଗୁରୁବାର ସହରର ୯ଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। ଦୁଇଦିନ ମଧ୍ୟରେ ୧୯ଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ମହାନଗର ନିଗମର ଦକ୍ଷିଣପଶ୍ଚିମ ଜୋନ୍‌ର ଓ୍ବାର୍ଡ ନଂ ୩୮ ଅନ୍ତର୍ଗତ ନୟାପଲ୍ଲୀ ବ୍ରିଟ୍‌ କଲୋନୀ ସ୍ଥିତ ପ୍ଲଟ୍‌ ନଂ.ଏଲ୍‌ଆଇଜି ୧୧୮କୁ କଣ୍ଟେନମେଣ୍ଟ କରାଯାଇଛି। ସେହିପରି ଓ୍ବାର୍ଡ ନଂ. ୪୬ ୟୁନିଟ୍‌-୬ ସ୍ଥିତ ଭୀମପୁରର ପ୍ଲଟ୍‌ ନଂ. ୨୫୨/୨୬୯୯, ଓ୍ବାର୍ଡ ନଂ. ୪୯ ଆଇଗିଣିଆର ଶ୍ରୀକ୍ଷେତ୍ର ରେସିଡେନ୍ସିର ଫ୍ଲାଟ୍‌ ନଂ.ଏ/୨-୩୦୩ ଓ ବି/୧-୨୦୪କୁ କଣ୍ଟେନ୍‌ମେଣ୍ଟ କରାଯାଇଛି।

ସେହିପରି ଦକ୍ଷିଣପୂର୍ବ ଜୋନ୍‌ର ଓ୍ବାର୍ଡ ନଂ.୨୯ ୟୁନିଟ୍‌-୯ ସ୍ଥିତ କ୍ୱାଟର ନଂ.୪ ଆର୍‌ଏଫ୍‌-୨୦, ଓ୍ବାର୍ଡ ନଂ. ୩୫ ୟୁନିଟ-୩ ସ୍ଥିତ ଗୁରୁଦ୍ୱାର ପଛ ପ୍ଲଟ୍‌ ନଂ. ୭, ଓ୍ବାର୍ଡ ନଂ. ୫୭ ଟଙ୍କପାଣି ରୋଡ୍‌ ସ୍ଥିତ ଅନ୍ନପୂର୍ଣ୍ଣା ଆପାର୍ଟମେଣ୍ଟର ଫ୍ଲାଟ୍‌ ନଂ.୨୦୯, ଓ୍ବାର୍ଡ ୫୮ ଅନ୍ତର୍ଗତ ଟଙ୍କପାଣି ରୋଡ୍‌ସ୍ଥିତ ଆପୋଲୋ ଫାର୍ମାସୀ ନିକଟସ୍ଥ ପ୍ଲଟ୍‌ ନଂ.୧୧୪୭ ଏବଂ ଓ୍ବାର୍ଡ ନଂ.୫୫ ଗୌତମ ନଗର ସ୍ଥିତ ଉତ୍କଳ ରୟାଲ ରେସିଡେନ୍ସିର ଫ୍ଲାଟ୍‌ ନଂ.ଏ/୯୪କୁ କଣ୍ଟେନ୍‌ମେଣ୍ଟ ଘୋଷଣା କରାଯାଇଛି। ଏଠାରେ ଏକାଧିକ ପଜିଟିଭ୍‌ ଚିହ୍ନଟ ହେବାରୁ ସୁରକ୍ଷା ଦୃଷ୍ଟିରୁ ବିଏମ୍‌ସି ଏଭଳି ପଦକ୍ଷେପ ନେଇଛି। ଏହି ଅଞ୍ଚଳରୁ ବାହାରକୁ କୌଣସି ଲୋକ ଯାଇପାରିବେ ନାହିଁ କିମ୍ବା ବାହାରୁ ମଧ୍ୟ କେହି ଏହି ସ୍ଥାନଗୁଡ଼ିକୁ ପ୍ରବେଶ କରିପାରିବେ ନାହିଁ। ସମ୍ପୃକ୍ତ ୱାର୍ଡର ୱାର୍ଡ ଅଫିସର ଅତ୍ୟାବଶ୍ୟକ ସାମଗ୍ରୀ ସହ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଜନସାଧାରଣଙ୍କୁ ସହଯୋଗ କରିବେ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri