ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍‌ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍‌ ରୁଜୁ

କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ ୪ ମାସ ମଧ୍ୟରେ ସମାଧାନ ପାଇଁ ଗତ ଜାନୁୟାରୀରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଅଦ୍ୟାବଧି ସମାଧାନ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଅଭିଯୋଗକାରୀ ଚାନ୍ଦ ଆର୍‌ଡିସିଙ୍କ ବିରୋଧରେ ଏକ କଣ୍ଟେପ୍ଟ କେସ୍‌ (ନଂ ୩୨୬୦/୨୦) କରିଛନ୍ତି। ଅଭିଯୋଗକାରୀ ଚାନ୍ଦ କୁହନ୍ତି, ଜନସାଧାରଣଙ୍କ ବାସସ୍ଥାନ ପରି ମୌଳିକ ଆବଶ୍ୟକତାକୁ ପୂରଣ ପାଇଁ ଭୂମିହୀନଙ୍କୁ ସ୍ଥାନ ଚିହ୍ନଟ ସହ ପଟ୍ଟା ଯୋଗାଇ ଦେଉଛନ୍ତି। ତେବେ ମହାକାଳପଡା ତହସିଲ ଅଞ୍ଚଳରେ ଏହାର ଦୁରୁପଯୋଗ ହେଉଛି। ଖରିନାସୀ ମୌଜା ଖାତା ନଂ.୬୭/୩୭ରେ ଦିଆଯାଇଥିବା ହିତାଧିକାରୀଙ୍କର ୨୦ ଏକରରୁ ଅଧିକ ସମ୍ପତ୍ତି ଅଛି। ଏଥିସହିତ ଏହି ପରିବାରର ରାମନଗର ଅଞ୍ଚଳରେ ବହୁତାଲା ବିଶିଷ୍ଟ ଘର, ଲେଦ୍‌ ବ୍ୟବସାୟ, ରାଶନ ବ୍ୟବସାୟ ସହିତ ଚାରିଚକିଆ ଗାଡି ଅଛି। ଏସବୁ ସୂଚନା ଅଧିକାର ଆଇନ ବଳରେ ଜାଣିବାକୁ ମିଳିଛି। ଏହି ପରିବାର ପରି ବହୁ ବ୍ୟକ୍ତିଙ୍କୁ ଭୂମିହୀନ ଦର୍ଶାଇ ଘର ପାଇଁ ପଟ୍ଟା ଦିଆଯାଉଥିବାରୁ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରା ଲୋଡିଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?