ମହାନଦୀ ପ୍ରସଙ୍ଗରେ କୁମ୍ଭୀର କାନ୍ଦଣା ବନ୍ଦ କରୁ ଭାଜାପା: ବିଜେଡି

ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଥିବା ଭାଜପା ନେତାଙ୍କ ମିଛ ଧରାପଡିଛି। ମହାନଦୀ ଶୁଖିଲା ପଡିଛି, ଏଥିପାଇଁ ଦାୟୀ କିଏ। ସେ ସମ୍ପର୍କରେ ମୁହ ଖୋଲିବା ବଦଳରେ କେବଳ ନିର୍ବଚନ ସମୟରେ ଓଡ଼ିଶାରେ ଏହାକୁ ମିଛ ପ୍ରସଙ୍ଗ କରି ଫାଇଦା ନେବାକୁ ଚେଷ୍ଟା କରୁଛି ଭାଜପା ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି ଏକ ପ୍ରେସ୍‌ ବିବୃତ୍ତି ମାଧ୍ୟମରେ କହିଛନ୍ତି। ସେ କହିଛନ୍ତି ଯେ , ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ମହାନଦୀରେ ଏକାଧିକ ବ୍ୟାରେଜ ନିର୍ମାଣ କରି ପାଣିକୁ ରୋକିଛି। ଫଳରେ ଓଡ଼ିଶାରେ ମହାନଦୀ ଧାର ଶୁଖିଲା ପଡ଼ିଛି। ଏହାକୁ ସ୍ବୀକାର କରିବାକୁ ଭାଜପା ନେତୃମଣ୍ଡଳୀର ସତ୍‌ସାହାସ ନାହିଁ।

ଛତିଶଗଡ଼ରେ ଭାଜପା ସରକାର ଗଠନ ହେବାପରେ ସମସ୍ତ ବ୍ୟାରେଜର ଗେଟ ବନ୍ଦ କରି ମହାନଦୀର ପାଣିକୁ ଅଟକାଇ ରଖି ଦିଆଯାଇଛି। ମାତ୍ର ଓଡ଼ିଶାର ଭାଜପା ନେତା ଏଥିପାଇଁ ରାଜ୍ୟ ସରକାରଙ୍କୁ ଦୋଷ ଦେଇ ହୀନ ରାଜନୀତି କରିବାରେ ମାତିଛନ୍ତି ବୋଲି ଡ. ମହାନ୍ତି କହିଛନ୍ତି। ମେ ପ୍ରଥମ ସପ୍ତାହରୁ ମହାନଦୀରେ ହୀରାକୁଦ ଜଳଭଣ୍ଡାରକୁ ମାତ୍ର ୩୩୦ କ୍ୟୁସେକ୍‌ ଜଳ ପ୍ରବେଶ ହେଉଛି। ବର୍ତ୍ତମାନ ଓଡ଼ିଶାର ଚାଷଜମିକୁ ଜଳସେଚନ ଓ ବିଦ୍ୟୁତ ଉତ୍ପାଦନ ପାଇଁ ହୀରାକୁଦ ଜଳଭଣ୍ଡାରକୁ ଅନୂନ୍ୟ ୧୦ ହଜାର କ୍ୟୁସେକ ଜଳ ପ୍ରବେଶର ଆବଶ୍ୟକତା ରହିଛି। ପୂର୍ବରୁ ଛତିଶଗଡ଼ରେ ଥିବା କଂଗ୍ରେସ ସରକାରଙ୍କୁ ଭାଜପା ଏଥିପାଇଁ ଦୋଷୀ କରିଥିବା ବେଳେ ବର୍ତ୍ତମାନ ଏହାକୁ ନେଇ ଆଦୌ ମୁହଁ ଖୋଲୁନଥିବା ଦୁର୍ଭାଗ୍ୟଜନକ। ରାଜନୈତିକ ଫାଇଦା ପାଇଁ ଜନସାଧାରଣଙ୍କ ସ୍ବାର୍ଥଙ୍କୁ ଜଳାଞ୍ଜଳି ଦେଇ ଛତିଶଗଡ ସରକାର ଓଡିଶାର ଜୀବନରେଖାକୁ ମାରିବାକୁ ଚେଷ୍ଟା କରୁଛି। ତେବେ ଯଦି ଧର୍ମେନ୍ଦ୍ର ପ୍ରଧାନଙ୍କ ସତ୍‌ସାହାସ ଅଛି ତାହେଲେ ଛତିଶଗଡ଼ ସରକାରଙ୍କୁ ଏନେଇ ଥରେ ପ୍ରଶ୍ନ କରନ୍ତୁ, ଅନ୍ୟଥା ଓଡ଼ିଶାର ଜନସାଧାରଣ ତାଙ୍କୁ ଆଦୌ କ୍ଷମା କରିବେ ନାହିଁ ବୋଲି କହିଛନ୍ତି ଡ. ଲେନିନ୍‌ ମହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri