ଜାରିହୋଇଥିଲା ୧୪୪ ଧାରା: ବିବାଦୀୟ ଜମିରୁ କାଟିନେଲେ

ବେଲଗୁଣ୍ଠା,୧୪ା୧୨(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ସରକାରୀ କଟକଣା ସତ୍ତ୍ୱେ ଆଇନକୁ ଉଲ୍ଲଂଘନ କରି ୧୪୪ ଧାରା ଲାଗିଥିବା ଏକ ବିବାଦୀୟ ଜମିରୁ ଏକ ଦଳିତ ଗୋଷ୍ଠୀ ଧାନ କାଟି ନେଇଛନ୍ତି। ଯାହା ଜମି ବିବାଦକୁ ଏକ ଭିନ୍ନ ମୋଡ଼ ଦେଇଛି। ସୂଚନାଯୋଗ୍ୟ ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ବଡ଼ ଦୋଡ଼ଙ୍ଗା ମୌଜାର ପ୍ଲଟ୍‌ ନମ୍ବର୍‌ ୫୦୩ ଏବଂ ୫୦୬ରେ ଥିବା ତିନି ଏକର ସରକାରୀ ଜମିକୁ ନେଇ ଗ୍ରାମର ସବର୍ଣ୍ଣ ଏବଂ ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଛି। ଚଳିତବର୍ଷ ସରକାରଙ୍କ କଟକଣା ସତ୍ତ୍ୱେ ଏହି ବିବାଦୀୟ ଜମିରେ ଗ୍ରାମର ଅସବର୍ଣ୍ଣ ଗୋଷ୍ଠୀ ଧାନ ଚାଷ କରିଥିଲେ। ଏହାକୁ ନେଇ ଗ୍ରାମର ସବର୍ଣ୍ଣ ଗୋଷ୍ଠୀ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଏନେଇ ଗତ ୨ତାରିଖରେ ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲାପାଳ ଅନିଲ କୁମାର ସେଠୀ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ୍‌ କୁମାର ନାୟକ, ଗାଙ୍ଗପୁର ଭାରପ୍ରାପ୍ତ ଥାନା ଅଧିକାରୀ ଆର୍ତ୍ତତ୍ରାଣ ଦାନୀଙ୍କ ଉପସ୍ଥିତିରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ବୁଝାମଣା କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ କୌଣସି ନିଷ୍କର୍ଷ ବାହାରି ନ ଥିଲା। ଫଳରେ ପ୍ରଶାସନ ବାଧ୍ୟ ହୋଇ ଧାନଚାଷ ହୋଇଥିବା ବିବାଦୀୟ ଜମିରେ ନାଲି ପତାକା ଲଗାଇ ୧୪୪ ଧାରା ଜାରି କରିଥିଲେ। କିନ୍ତୁ ଗତ ଗୁରୁବାର ଅସବର୍ଣ୍ଣ ଗୋଷ୍ଠୀର ଲୋକେ ଜୋରଜବରଦସ୍ତ ଜମିରୁ ଧାନ କାଟି ନେଇଥିଲେ। ଏନେଇ ଗ୍ରାମରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ ପୁଣି ତେଜିଥିବା ବେଳେ ସବର୍ଣ୍ଣ ଗୋଷ୍ଠୀର ଲୋକେ ତହସିଲଦାର କଳାକୃଷ୍ଣ ପ୍ରଧାନଙ୍କ ଉପସ୍ଥିତିରେ ଗାଙ୍ଗପୁର ଥାନାରେ ମାମଲା ରୁଜୁ କରିଛନ୍ତି। ଘଟଣା ସମ୍ପର୍କରେ ତହସିଲଦାର ପ୍ରଧାନ ଉପଜିଲାପାଳ ଅନିଲ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି। ଘଟଣା ଉପରେ ପୋଲିସ ତୀକ୍ଷ୍ଣ ନଜର ରଖିଥିବା ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ କୁମାର ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri