ଜାରିହୋଇଥିଲା ୧୪୪ ଧାରା: ବିବାଦୀୟ ଜମିରୁ କାଟିନେଲେ

ବେଲଗୁଣ୍ଠା,୧୪ା୧୨(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ସରକାରୀ କଟକଣା ସତ୍ତ୍ୱେ ଆଇନକୁ ଉଲ୍ଲଂଘନ କରି ୧୪୪ ଧାରା ଲାଗିଥିବା ଏକ ବିବାଦୀୟ ଜମିରୁ ଏକ ଦଳିତ ଗୋଷ୍ଠୀ ଧାନ କାଟି ନେଇଛନ୍ତି। ଯାହା ଜମି ବିବାଦକୁ ଏକ ଭିନ୍ନ ମୋଡ଼ ଦେଇଛି। ସୂଚନାଯୋଗ୍ୟ ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ବଡ଼ ଦୋଡ଼ଙ୍ଗା ମୌଜାର ପ୍ଲଟ୍‌ ନମ୍ବର୍‌ ୫୦୩ ଏବଂ ୫୦୬ରେ ଥିବା ତିନି ଏକର ସରକାରୀ ଜମିକୁ ନେଇ ଗ୍ରାମର ସବର୍ଣ୍ଣ ଏବଂ ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଛି। ଚଳିତବର୍ଷ ସରକାରଙ୍କ କଟକଣା ସତ୍ତ୍ୱେ ଏହି ବିବାଦୀୟ ଜମିରେ ଗ୍ରାମର ଅସବର୍ଣ୍ଣ ଗୋଷ୍ଠୀ ଧାନ ଚାଷ କରିଥିଲେ। ଏହାକୁ ନେଇ ଗ୍ରାମର ସବର୍ଣ୍ଣ ଗୋଷ୍ଠୀ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଏନେଇ ଗତ ୨ତାରିଖରେ ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲାପାଳ ଅନିଲ କୁମାର ସେଠୀ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ୍‌ କୁମାର ନାୟକ, ଗାଙ୍ଗପୁର ଭାରପ୍ରାପ୍ତ ଥାନା ଅଧିକାରୀ ଆର୍ତ୍ତତ୍ରାଣ ଦାନୀଙ୍କ ଉପସ୍ଥିତିରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ବୁଝାମଣା କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ କୌଣସି ନିଷ୍କର୍ଷ ବାହାରି ନ ଥିଲା। ଫଳରେ ପ୍ରଶାସନ ବାଧ୍ୟ ହୋଇ ଧାନଚାଷ ହୋଇଥିବା ବିବାଦୀୟ ଜମିରେ ନାଲି ପତାକା ଲଗାଇ ୧୪୪ ଧାରା ଜାରି କରିଥିଲେ। କିନ୍ତୁ ଗତ ଗୁରୁବାର ଅସବର୍ଣ୍ଣ ଗୋଷ୍ଠୀର ଲୋକେ ଜୋରଜବରଦସ୍ତ ଜମିରୁ ଧାନ କାଟି ନେଇଥିଲେ। ଏନେଇ ଗ୍ରାମରେ ସବର୍ଣ୍ଣ ଅସବର୍ଣ୍ଣ ବିବାଦ ପୁଣି ତେଜିଥିବା ବେଳେ ସବର୍ଣ୍ଣ ଗୋଷ୍ଠୀର ଲୋକେ ତହସିଲଦାର କଳାକୃଷ୍ଣ ପ୍ରଧାନଙ୍କ ଉପସ୍ଥିତିରେ ଗାଙ୍ଗପୁର ଥାନାରେ ମାମଲା ରୁଜୁ କରିଛନ୍ତି। ଘଟଣା ସମ୍ପର୍କରେ ତହସିଲଦାର ପ୍ରଧାନ ଉପଜିଲାପାଳ ଅନିଲ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି। ଘଟଣା ଉପରେ ପୋଲିସ ତୀକ୍ଷ୍ଣ ନଜର ରଖିଥିବା ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ କୁମାର ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?