ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠପଢ଼ା ଜାରି ରହୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଶିକ୍ଷାଦାନ ସକାଳ ସମୟରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି। ଏନେଇ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପୂର୍ବରୁ ପ୍ରାୟ ଦୁଇବର୍ଷ ଧରି କରୋନା ମହାମାରୀ ନିମନ୍ତେ ପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଥିଲା l ଏବେ ପୁଣି ଶିକ୍ଷାଦାନ ବାଧାପ୍ରାପ୍ତ ହେଲେ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପ୍ରଭାବିତ ହେବ। ସେହିପରି ଅନେକ ଅଞ୍ଚଳରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ପିଲାଙ୍କ ଲାଗି କେବଳ ସ୍କୁଲ ହିଁ ପାଠ ପଢ଼ିବାର ଏକମାତ୍ର ଉତ୍ସ। ସବୁ ପିଲା ଆର୍ଥିକ ଓ ବ୍ୟବସ୍ଥାଗତ ଦୃଷ୍ଟିରୁ ଘରୋଇ କୋଚିଂ ଓ ଟ୍ୟୁସନ ପାଇପାରିବେ ନାହିଁ। ତେଣୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଶ୍ରେଣୀଗୃହ ପାଠପଢା ବନ୍ଦ ନ କରାଯିବାକୁ ଦାବି କରାଯାଇଛି ବୋଲି ସଂଘର ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri