ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠପଢ଼ା ଜାରି ରହୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଶିକ୍ଷାଦାନ ସକାଳ ସମୟରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି। ଏନେଇ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପୂର୍ବରୁ ପ୍ରାୟ ଦୁଇବର୍ଷ ଧରି କରୋନା ମହାମାରୀ ନିମନ୍ତେ ପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଥିଲା l ଏବେ ପୁଣି ଶିକ୍ଷାଦାନ ବାଧାପ୍ରାପ୍ତ ହେଲେ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପ୍ରଭାବିତ ହେବ। ସେହିପରି ଅନେକ ଅଞ୍ଚଳରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ପିଲାଙ୍କ ଲାଗି କେବଳ ସ୍କୁଲ ହିଁ ପାଠ ପଢ଼ିବାର ଏକମାତ୍ର ଉତ୍ସ। ସବୁ ପିଲା ଆର୍ଥିକ ଓ ବ୍ୟବସ୍ଥାଗତ ଦୃଷ୍ଟିରୁ ଘରୋଇ କୋଚିଂ ଓ ଟ୍ୟୁସନ ପାଇପାରିବେ ନାହିଁ। ତେଣୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଶ୍ରେଣୀଗୃହ ପାଠପଢା ବନ୍ଦ ନ କରାଯିବାକୁ ଦାବି କରାଯାଇଛି ବୋଲି ସଂଘର ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri