ତାଳଚେର,୧୨।୭(ନି.ପ୍ର.) ତାଳଚେର ପୌରାଞ୍ଚଳରେ ଥିବା ହାଇସ୍କୁଲ, ବିଦ୍ୟାମନ୍ଦିରଗୁଡିକରେ ଚଳିତ ଦଶମ ପରୀକ୍ଷାରେ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ସଫଳତା ହାସଲ କରିଥିବା ୧୭ ଛାତ୍ରୀଛାତ୍ରଙ୍କୁ ସୋମବାର ସମ୍ବର୍ଦ୍ଧନା ଦିଆଯାଇଛି। ‘ଆମ ପ୍ରତିଭା ଆମ ପରିଚୟ’ ଦ୍ୱାରା ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଏମ୍ପି ମହେଶ ସାହୁ ଯୋଗଦେଇ କହିଲେ ଯେ, ଶିକ୍ଷା ହେଉଛି ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଅମୂଲ୍ୟ ସମ୍ପଦ। ଯେପରି ପରିଶ୍ରମ କରି ଆଜି ପିଲାମାନେ ସ୍କୁଲ ଓ ମାତାପିତାଙ୍କ ପାଇଁ ଗୌରବ ଆଣି ଦେଇଛନ୍ତି, ସେହିପରି ଅଧ୍ୟୟନ ଜାରି ରଖିଲେ ଦେଶର ଜଣେ ଜଣେ ସୁ ନାଗରିକ ହୋଇପାରିବ। ଏହି ସଫଳତା ହାସଲ ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଏମ୍ପି ଅଭିନନ୍ଦନ ଜଣାଇଥିଲେ। ଅନ୍ୟତମ ଅତିଥି ଭାବେ ଯୋଗଦେଇ ପୌର ପରିଷଦର ଯୁବ ନଗରପାଳ ପବିତ୍ର ଭୂତିଆ ସମସ୍ତ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ସଭାପତି ରମେଶ ବେହେରା, ସାଧାରଣ ସମ୍ପାଦକ ଡ. ନିମାଇଁ ଚରଣ ପ୍ରଧାନ, ଡ. ରଶ୍ମିରଞ୍ଜନ ମିଶ୍ର, ତାଳଚେର ଶିକ୍ଷାଧିକାରୀ ଖଗେଶ୍ୱର ବେହେରା, କଣିହାଁ ପ୍ରତିଭା ପରିଚୟ ସଦସ୍ୟ ତଥା ଏମ୍ପିଙ୍କ ବ୍ୟକ୍ତିଗତ ସଚିବ ସୁନୀଲ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ତାଳଚେର ସରସ୍ବତୀ ଶିଶୁବିଦ୍ୟାମନ୍ଦିରର ସର୍ବାଧିକ ୧୨ ଛାତ୍ରୀଛାତ୍ର, ଦେଉଳବେଡା ଶିଶୁବିଦ୍ୟାମନ୍ଦିରର ୩ଜଣ, ତାଳଚେର ବିବେକାନନ୍ଦ ବିଦ୍ୟମନ୍ଦିରର ୨ଜଣ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ତପନ କୁମାର ମହାରଣା, ବାବୁନି ସ୍ବାଇଁ ପରିଚାଳନା କରିଥିଲେ। ଆଦର୍ଶ ଶିକ୍ଷକ ତଥା ଏମ୍ପି ମହେଶ ସାହୁଙ୍କ ଗୁରୁ ଶମ୍ଭୁନାଥ ବେହେରାଙ୍କ ପରଲୋକ ଘଟିଥିବାରୁ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…
ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ
ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…
ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…
ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…
ଜେଲ୍ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…
ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍ରେ ଥିବା ଜଣେ ବିଚାରାଧୀନ…
କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା
କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…
ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’
ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…
ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….
ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…
Archives

