ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ଜଳସମ୍ପଦ ବିଭାଗ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ତହସିଲ କାର୍ଯ୍ୟାଳୟ, ଏନ୍‌ଏସି (NAC) ଓ ବ୍ଲକ କାର୍ଯ୍ୟାଳୟରେ ନିୟନ୍ତ୍ରଣ କକ୍ଷ (Emergency Control Room) ଖୋଲାଯିବା ସହ ଜନସାଧାରଣଙ୍କ ଯୋଗାଯୋଗ ପାଇଁ ଟେଲିଫୋନ୍ ନମ୍ବର ଜାରି କରାଯାଇଛି।

ଘୋଡ଼ାହାଡ଼ ଜଳସେଚନ ଉପ-ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ (ଚିଠି ନଂ. ୧୪୭) ଅନୁଯାୟୀ, ଆବଶ୍ୟକ ପଡ଼ିଲେ ଯେକୌଣସି ମୁହୂର୍ତ୍ତରେ ଘୋଡ଼ାହାଡ଼ ଡ୍ୟାମ୍‌ର ସ୍ପିଲ୍‌ୱେ ମୁଖ୍ୟ ଫାଟକ ଦେଇ ନଦୀ ମଧ୍ୟକୁ ଜଳ ନିଷ୍କାସନ କରାଯାଇପାରେ।

ଡ୍ୟାମ୍‌ର ସର୍ବାଧିକ ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ମଙ୍ଗଳବାର ସକାଳ ସୁଦ୍ଧା ଏଥିରେ ୫୨.୬୮ ଶତକଡ଼ା ଅର୍ଥାତ୍ ୧୧୩.୬୪ ମିଟର ପାଣି ଗଚ୍ଛିତ ରହିଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ ସୂଚନା ଦେଇଛନ୍ତି। ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ଡ୍ୟାମ୍ ଇଲାକାରେ ୨୭ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ, ମଙ୍ଗଳବାର ସକାଳ ୬ଟାରୁ ଅପରାହ୍ନ ୩ଟା ମଧ୍ୟରେ ଡ୍ୟାମ୍ ଅଞ୍ଚଳରେ ୨୦ ମିମି ଓ ଦିଗପହଣ୍ଡିରେ ୧୩ ମିମି ବର୍ଷା ହୋଇଛି।

ଡ୍ୟାମ୍‌ରୁ ପାଣି ଛଡ଼ାଯିବା ସମ୍ଭାବନାକୁ ନେଇ ନଦୀକୂଳିଆ ଗ୍ରାମଗୁଡ଼ିକ ଯଥା— ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ଓ ପାଟପୁର ପ୍ରଭୃତି ଗ୍ରାମଗୁଡ଼ିକରେ ବୁଧବାର ମାଇକ୍‌/ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯିବ।

ନଦୀ ଗର୍ଭକୁ ନଯିବା ଏବଂ ଗୃହପାଳିତ ପ୍ରାଣୀମାନଙ୍କୁ ନଛାଡ଼ିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ପରାମର୍ଶ ଦିଆଯାଇଛି। ଏହି ସତର୍କତା ନୋଟିସ୍‌ର ନକଲ ସମ୍ପୃକ୍ତ ସରକାରୀ କାର୍ଯ୍ୟାଳୟ, ପଞ୍ଚାୟତ ଅଫିସ୍, ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ପ୍ରେରଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?