ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ମିଳିବ ଦରମା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଲକ୍‌ଡାଉନ ଯୋଗୁ କେତେକ ସରକାରୀ କାର୍ଯ୍ୟାଳୟ ଆଂଶିକ ଖୋଲା କିମ୍ବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିରେ ନିଯୁକ୍ତ ଚୁକ୍ତିଭିତ୍ତିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ନିଯୁକ୍ତ ଅଛନ୍ତି। ସେହି କର୍ମଚାରୀଙ୍କୁ ଦରମା ଦେବା ନେଇ ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ମତାମତ ଲୋଡ଼ାଯାଇଥିଲା। ଏନେଇ ଅର୍ଥ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଉଟସୋର୍ସିଂ ସଂସ୍ଥା ଦ୍ୱାରା ଯେଉଁ ଚୁକ୍ତିଭିତ୍ତିକ କର୍ମଚାରୀ ବିଭିନ୍ନ ବିଭାଗରେ ନିଯୁକ୍ତ ହୋଇଛନ୍ତି ଲକ୍‌ଡାଉନରେ କିମ୍ବା ଚୁକ୍ତିଅବଧି ପର୍ଯ୍ୟନ୍ତ ସେମାନଙ୍କୁ ଦରମା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସିଧାସଳଖ ବିଭାଗ ନିଯୁକ୍ତି ଦେଇଛି ସେମାନଙ୍କୁ ମଧ୍ୟ ଦରମା ଦେବା ଲାଗି କୁହାଯାଇଛି। ଯଦି ସେମାନଙ୍କ ନିଯୁକ୍ତି ଅବଧି ଶେଷ ହୋଇଥିବ ତେବେ ସ୍ବୟଂକ୍ରିୟ ଭାବେ ନବୀକରଣ ନ କରିବା ଲାଗି ବିଭାଗଗୁଡିକୁ ପରାମର୍ଶ ଦିଆଯାଇଛି। କଟକଣା ଉଠିବା ପରେ ଆବଶ୍ୟକ ପଡିଲେ ସେହି କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇପାରିବ। ଏହାଛଡା କେତେକ ବିଭାଗରେ ଅବସର କର୍ମଚାରୀଙ୍କୁ ପୁନଃନିଯୁକ୍ତି ଦିଆଯାଇଛି। ସେହି କର୍ମଚାରୀମାନେ ପେନସନ ପାଉଛନ୍ତି। ଲକଡାଉନରେ ଯଦି କାମ କରିନାହାନ୍ତି ତେବେ ସେମାନଙ୍କୁ ପାଉଣା ନ ଦେବାକୁ ଅର୍ଥ ବିଭାଗ ପରାମର୍ଶ ଦେଇଛି। ଆବଶ୍ୟକ ପଡ଼ିଲେ ଲକଡାଉନ କଟକଣା ଉଠିବା ପରେ ସେମାନଙ୍କ ନିଯୁକ୍ତି ଉପରେ ବିଚାର କରାଯାଇପାରେ। ସରକାରଙ୍କ ଉପରୋକ୍ତ ନିର୍ଦ୍ଦେଶକୁ ସମସ୍ତ ବିଭାଗ କଡାକଡି ପାଳନ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?