ଲୁହାଛଡ ବଦଳରେ ଶାଳକାଠ ବ୍ୟବହାର ଘଟଣା: ଜେଲ ଗଲେ ଠିକାଦାର, ପେଟି ଠିକାଦାର

ମୋରଡା,୮।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡିଗାଁ ପଞ୍ଚାୟତ ମାହାଲିସାହିରେ ଏକ ଅଙ୍ଗନଓ୍ବାଡି ଗୃହ ନିର୍ମାଣରେ ଲୁହା ଛଡ଼ ବଦଳରେ ଶାଳ କାଠ ବ୍ୟବହାର ଘଟଣାରେ ଅଭିଯୁକ୍ତ ଠିକାଦାର ଜୟନ୍ତ ଦାସ ଓ ପେଟି ଠିକାଦାର ଚକ୍ରଧର ପାଳଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ମୋରଡାସ୍ଥିତ ଜେଏମ୍‌ଏଫସିରେ ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବାରିପଦା ଜେଲ ହାଜତକୁ ପଠାଇ ଦିଆଯାଇଛି। ବେତନଟୀ ଏସ୍‌ଡିପିଓ ସୁଦର୍ଶନ ଦାସ, ମୋରଡା ଥାନାଧିକାରୀ ପଦ୍ମଲୋଚନ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ ରହିଛନ୍ତି। ଦୋଷୀଙ୍କ ବିରୋଧରେ ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଯୋଗୁ ଦୁର୍ନୀତିଗ୍ରସ୍ତ ଅନ୍ୟ ଠିକାଦାର ଓ କନିଷ୍ଠଯନ୍ତ୍ରୀଙ୍କ ମଧ୍ୟରେ କୋକୁଆଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri