ଲୁହାଛଡ ବଦଳରେ ଶାଳକାଠ ବ୍ୟବହାର ଘଟଣା: ଜେଲ ଗଲେ ଠିକାଦାର, ପେଟି ଠିକାଦାର

ମୋରଡା,୮।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡିଗାଁ ପଞ୍ଚାୟତ ମାହାଲିସାହିରେ ଏକ ଅଙ୍ଗନଓ୍ବାଡି ଗୃହ ନିର୍ମାଣରେ ଲୁହା ଛଡ଼ ବଦଳରେ ଶାଳ କାଠ ବ୍ୟବହାର ଘଟଣାରେ ଅଭିଯୁକ୍ତ ଠିକାଦାର ଜୟନ୍ତ ଦାସ ଓ ପେଟି ଠିକାଦାର ଚକ୍ରଧର ପାଳଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ମୋରଡାସ୍ଥିତ ଜେଏମ୍‌ଏଫସିରେ ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବାରିପଦା ଜେଲ ହାଜତକୁ ପଠାଇ ଦିଆଯାଇଛି। ବେତନଟୀ ଏସ୍‌ଡିପିଓ ସୁଦର୍ଶନ ଦାସ, ମୋରଡା ଥାନାଧିକାରୀ ପଦ୍ମଲୋଚନ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ ରହିଛନ୍ତି। ଦୋଷୀଙ୍କ ବିରୋଧରେ ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଯୋଗୁ ଦୁର୍ନୀତିଗ୍ରସ୍ତ ଅନ୍ୟ ଠିକାଦାର ଓ କନିଷ୍ଠଯନ୍ତ୍ରୀଙ୍କ ମଧ୍ୟରେ କୋକୁଆଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri