ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ତେବେ ଠିକାଦାର ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ସହ ମିଶି ଅର୍ଥ ହଡ଼ପ କରିଥିବା ଜଣାପଡ଼ିବା ପରେ ଆଜି ତାଙ୍କୁ ଗିରଫ କରାଯାଇଛି।

ଭିଜିଲାନ୍ସ ପିଏସ୍ କେସ୍ ନମ୍ବର ୧୭ ତାରିଖ ୨୪.୦୪.୨୦୨୪ ଅନୁଯାୟୀ ଗିରଫ କରାଯାଇଛି। ସରକାରଙ୍କ ପାଣ୍ଠି ହେରଫେର କରିବା ପାଇଁ ୧୩(୨) r/w ୧୩(୧)(କ) ପି.ସି. ସଂଶୋଧନ ଆଇନ, ୨୦୧୮ /୩୧୬(୫)/୩୧୮(୪)/୩୩୬(୩)/୬୧(୨) ବିଏନ୍ଏସ୍ ଅନୁଯାୟୀ। ହରିଶ୍ଚନ୍ଦ୍ର ବେଣ୍ଟକର, ମୃତ୍ତିକା ସଂରକ୍ଷଣ ପର୍ଯ୍ୟବେକ୍ଷକ, ADSC (ସହକାରୀ ନିର୍ଦ୍ଦେଶକ ମୃତ୍ତିକା ସଂରକ୍ଷଣ ସହ ପ୍ରକଳ୍ପ କାର୍ଯ୍ୟାନ୍ୱୟନ ସଂସ୍ଥା), ଜଳବିଭାଜିକା, ଖରିଆର, ଜିଲା- ନୂଆପଡାଙ୍କ ସହ ମିଶି ୨୨ଟି ଲୁଜ୍ ବୋଲ୍ଡର୍ ଚେକ୍ ଡ୍ୟାମ୍ କାର୍ଯ୍ୟକାରୀ ନକରି ଟଙ୍କା ୫୬,୯୩,୯୫୭/- ପାଣ୍ଠି। ଗିରଫ ଅଭିଯୁକ୍ତ ରାଉତରାୟଙ୍କୁ ଆଜି ମାନ୍ୟବର ସ୍ୱତନ୍ତ୍ର ବିଚାରପତି,ଭିଜିଲାନ୍ସ. ଭବାନୀପାଟଣାଙ୍କ କୋର୍ଟକୁ ପଠାଯାଉଛି।

ମୁଖ୍ୟ ଅଭିଯୁକ୍ତ ହରିଶ୍ଚନ୍ଦ୍ର ବେଣ୍ଟକର, ମୃତ୍ତିକା ସଂରକ୍ଷଣ ପର୍ଯ୍ୟବେକ୍ଷକ ଏବଂ ଅନ୍ୟ ଜଣେ ଠିକାଦାର  ଅଭିଲାଷ ମେହେରଙ୍କୁ ଗିରଫ କରିବା ପାଇଁ ପ୍ରୟାସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri