ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା

କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ଭାଟପଡ଼ା ଗ୍ରାମର ଟୁକୁନା ଛଟାଇ। ପୋଲିସ ମୃତଦେହ ଜବତ କରି ଅଭିଯୁକ୍ତ ଶ୍ରମିକ ରାଧାକୃଷ୍ଣ ସାହୁଙ୍କୁ ଗିରଫ କରିଛି। ହତ୍ୟାରେ ବ୍ୟବହୃତ ଛୁରିକୁ ଜବତ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଭାଟପଡ଼ାର ଟୁକୁନା ସ୍ଥାନୀୟ ଅଞ୍ଚଳରୁ ଆନ୍ଧ୍ରକୁ ଶ୍ରମିକ ପଠାନ୍ତି। ତାଙ୍କ ସହ ଯୋଗାଯୋଗ କରି ଏ. ବରିଡା ଗ୍ରାମର ରାଧାକୃଷ୍ଣ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। ସେ ୨୦୦୦ ଟଙ୍କା ପ୍ରାପ୍ୟ ପାଇବାକୁ ଥିବାବେଳେ ବାରମ୍ବାର ଠିକାଦାରଙ୍କୁ ମାଗି ନିରାଶ ହୋଇଥିଲେ। ଶୁକ୍ରବାର ସକାଳେ ଟୁକୁନା ଶ୍ରମିକ ଯୋଗାଡ଼ ପାଇଁ ଗୋବିନ୍ଦପୁର ଆସିଥିଲେ। ଏହା ଜାଣିବା ପରେ ବରିଡ଼ା ଗ୍ରାମ ଜଗନ୍ନଥ ମନ୍ଦିର ସମ୍ମୁଖରେ ରାଧାକୃଷ୍ଣ ତାଙ୍କୁ ଅଟକାଇ ବକେୟା ଟଙ୍କା ମାଗିଥିଲେ। ହେଲେ ଟୁକୁନା ଟଙ୍କା ପରେ ଦେବାକୁ କହିଥିଲେ। ଏଥିରେ ରାଧାକୃଷ୍ଣ ରାଗି ଯାଇ ଟୁକୁନାଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ପ୍ରାଣବିକଳରେ ଟୁକୁନା ଖସି ପଳାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ରାଧାକୃଷ୍ଣ ତାଙ୍କ ପେଟକୁ ବାରମ୍ବାର ଛୁରି ଭୁସି ଚାଲିଥିଲେ। ଫଳରେ ଅନ୍ତବୁଜୁଳି ବାହାରି ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ କବିସୂର୍ଯ୍ୟନଗର ଥାନା ଅଧିକାରୀ ପ୍ରଭାତ ସାହୁଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରିଥିଲେ। ଟୁକୁନାଙ୍କ ବାପା ଜୟରାମ ଛଟାଇଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା(ନଂ.୧୩୮/୨୧) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri