ଠିକାଦାରଙ୍କୁ ଗୁଳିମାଡ଼

ରାଉରକେଲା,୨୨।୨(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ସେକ୍ଟର-୩ ଥାନା ଅଧୀନ ସେକ୍ଟର-୪ ପୋଷ୍ଟ ଅଫିସ ନିକଟରେ ଶନିବାର ଜଣେ ଠିକାଦାରଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ବିଜୟ ଲାକ୍ରା। ବିଜୟଙ୍କ ବେକରେ ଗୁଳି ବାଜିଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍‌)ରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ଗୁଳିମାଡ଼ କରିଥିବା ୨ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଫେରାର ଅଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛି। ତେବେ ବାଲି ଚାଲାଣକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା ଆଲୋଚନା ହେଉଛି।

ମିଳିଥିବା ସୂଚନା ଅନୁସାରେ, ଶନିବାର ରାତି ପ୍ରାୟ ସାଢ଼େ ୮ଟା ସମୟରେ ଠିକାଦାର ବିଜୟ ସ୍ତ୍ରୀ ଓ ପୁଅ ସହ ଏକ କାର୍‌ (ନଂ. ଓଡି୧୪ଆର୍‌/୫୫୨୬) ଯୋଗେ କୌଣସି ସ୍ଥାନକୁ ଯାଉଥିଲେ। ଏହି ସମୟରେ ୨ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ସମ୍ମୁଖ ପଟୁ ଏକ ବାଇକରେ ଆସି କାର୍‌ ଚାଳକ ସିଟ୍‌ ପାଖରେ ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ଫଳରେ କାର୍‌ଟି ନିକଟସ୍ଥ ପାଚେରିରେ ପିଟିହୋଇ ଦୁର୍ଘଟଣାଗସ୍ତ ହୋଇଥିଲା।

ଖବର ପାଇ ଅତିରିକ୍ତ ଏସ୍‌ପି ପ୍ରଭାଶଙ୍କର ନାୟକ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଆହତ ବିଜୟଙ୍କୁ ତୁରନ୍ତ ଆଇଜିଏଚ୍‌ରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି। ଏ ନେଇ ଅତିରିକ୍ତ ଏସ୍‌ପି ନାୟକ କହିଛନ୍ତି, ଆହତ ଠିକାଦାର କୁଆଁରମୁଣ୍ଡା ଅଞ୍ଚଳର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଆହତ ଏବେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ବୟାନ ରେକର୍ଡ କରାଯିବା ପରେ ଦୁର୍ବୃତ୍ତଙ୍କୁ ନିଶ୍ଚିତ ଭାବେ ଗିରଫ କରାଯିବ ବୋଲି ନାୟକ କହିଥିଲେ।

ସୂଚନାଯୋଗ୍ୟ, କିଛିଦିନ ତଳେ ସେକ୍ଟର-୨ ଦୁର୍ଗାପୂଜା ପଡ଼ିଆରେ ଖେଳ ପ୍ରତିଯୋଗିତା ଆୟୋଜନ ସମୟରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିଲା। ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri