ଠିକାଦାର ଓ ଯନ୍ତ୍ରୀ ମଧୁଚଦ୍ରିକା: ବେଲଘର ଠାରେ ପୂର୍ତ୍ତ ବିଭାଗର ନିମ୍ନ ମାନର ଗାର୍ଡୱାଲ ନିର୍ମାଣ

ବାଲିଗୁଡ଼ା,୨୭ା୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ମାତୃଗାଁ ଠାରୁ ବେଲଘର ୨୭ କିଲୋମିଟର ଓ ବେଲଘର ଠାରୁ ଝିରିପାଣି ୧୧ କିଲୋମିଟର ରାସ୍ତା ବାଲିଗୁଡ଼ା ପୂର୍ତ୍ତ ବିଭାଗ ବିଭାଜନ ଅଧୀନରେ ରହିଛି। ଏହି ରାସ୍ତାରେ ବିଭାଗ ପକ୍ଷରୁ କରାଯାଉ ଥିବା ବିଭିନ୍ନ କାମ ଅତ୍ୟନ୍ତ ନିମ୍ନ ମାନର ନିର୍ମାଣ କାର୍ଯ୍ୟ କରାଯାଉଥିବା ସ୍ଥାନୀୟ ଲୋକ ପ୍ରତିନିଧି ମାନେ ଅଭିଯୋଗ କରିଛନ୍ତି।

ବେଲଘର ବ୍ରିଜ ନିକଟରୁ ମେଡ଼ିକାଲ ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ଵ ରେ କଂକ୍ରିଟ ଗାର୍ଡ ୱାଲ ନିର୍ମାଣ ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ କ୍ରଶର ମେଟାଲ ସହ ଭଲ ବାଲି ଓ ସିମେଣ୍ଟ ବ୍ୟବହାର ପାଇଁ ଚୁକ୍ତି ନାମା ଠିକାଦାର କରିଥିବା ବେଳେ ଅତ୍ୟନ୍ତ ନିମ୍ନ ମାନର ମେଟାଲ ଓ ବାଲି ବ୍ୟବହାର କରାଯାଉଥିବା ଦେଖିବାକୁ ମିଳିଛି। ରାସ୍ତା ପାର୍ଶ୍ବରେ ନାଳ କଡରେ ପଡିଥିବା ସାନ ସାନ ଗେଟିକୁ ଆଣି ମେଟେଲ ଭାବେ ଠିକାଦାର ବ୍ୟବହାର କରୁଛନ୍ତି। ଠିକାଦାର ଓ ଯନ୍ତ୍ରୀ ଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଥିବା କୁହାଯାଉଛି।

ଏହି ରାସ୍ତାର ରକ୍ଷଣବେକ୍ଷଣ ପାଇଁ ଏଠାରେ ଗୋଟିଏ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀ ରହିବା କଥା କିନ୍ତୁ ତାହା ଖାଲି ପଡ଼ିଛି। ଯାହାରି ଫଳରେ ବାଲିଗୁଡ଼ାର ପୂର୍ତ୍ତ ବିଭାଗ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରା ସେହି କାର୍ଯ୍ୟ ତଦାରଖ କରୁଛନ୍ତି। ଉକ୍ତ ଗାର୍ଡ ୱାଲ ନିମ୍ନ ମାନର ନିର୍ମାଣ ସମ୍ପର୍କରେ ସ୍ଥାନୀୟ ଲୋକ ପ୍ରତିନିଧି ମାନେ ନିର୍ବାହୀ ଅଧିକ୍ଷଣ ଯନ୍ତ୍ରୀ ସନ୍ତୋଷ କୁମାର ପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଏହା ଉପରେ ଦୃଷ୍ଟି ଦେବେ ବୋଲି କହିଛନ୍ତି। ଏହା ସହ ଉକ୍ତ ରାସ୍ତାରେ ବର୍ଷା ଦିନେ ପାହାଡ଼ ର ମାଟି ଅତଡ଼ା ଖସି ରାସ୍ତାରେ ପଡ଼ୁଥିବା ବେଳେ ବିଭାଗୀୟ ଅଧିକାରୀ ମାନେ ଦେଖୁନଥିବାରୁ ଲୋକେ ଯାତାୟାତ ରେ ସମସ୍ୟା ସୃଷ୍ଟି ହେଉଥିବା ଅଞ୍ଚଳ ବାସୀ ଘଞ୍ଚ ଜଙ୍ଗଲ ମଧ୍ୟରେ ଏହି ଘାଟି ରାସ୍ତା ଟିଏ ରହିଥିବା ବେଳେ ବର୍ଷା ଦିନେ ବେଳେ ଅଙ୍କା ବଙ୍କା ରାସ୍ତାର ଉଭୟ ପାର୍ଶ୍ବରେ କୌଣସି ସୂଚକ ନଥିବାରୁ ଦୁର୍ଘଟଣା ବୃଦ୍ଧି ପାଉଛି।

ତେବେ କେବେ ପୂର୍ତ୍ତ ବିଭାଗ ଅଞ୍ଚଳ ବାସୀଙ୍କ ଅଭିଯୋଗ ଶୁଣୁଛନ୍ତି ଓ ଏହାର ତଦାରଖ କରୁଛନ୍ତି ତାହା ଅଞ୍ଚଳ ବାସୀ ଅପେକ୍ଷା କରିଛନ୍ତି। ଯଦି ନିମ୍ନମାନର କାର୍ଯ୍ୟକୁ ବନ୍ଦ କରାନଯାଇ ତାହାକୁ କାଢି ନୂତନ ଓ ଭଲ ମେଟାଲ ବ୍ୟବହାର ନ କରନ୍ତି ଏହାର ସମ୍ପୂର୍ଣ୍ଣ ଫୋଟ ଓ ତଥ୍ୟ ସହ ପୂର୍ତ୍ତ ବିଭାଗ ମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri