ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା ନଦୀ କୂଳରେ ପାର୍କ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା ପାଚେରିଟି ହଠାତ ଭୁଶୁଡ଼ି ପଡ଼ିବାରୁ ପାଖରେ ଠିଆ ହୋଇଥିବା ସେହିଗ୍ରାମର ପାଞ୍ଚାଳି ଗୌଡ଼(୩୫) ନାମକ ମହିଳା ପାଚେରିର କାନ୍ଥତଳେ ଚାପିହୋଇ ମୃତ୍ୟୁବରଣ କରିଛନ୍ତି। ମୃତ ପାଞ୍ଚାଳୀଙ୍କ ସ୍ବାମୀ ଗ୍ରାମରେ ଗାଈ, ଛେଳି ଚରାଇ ପରିବାର ପୋଷୁଛନ୍ତି। ପାଚେରି ନିକଟରେ ତାଙ୍କର ଏକ ଗୁହାଳଟି ରହିଛି। ସେ ଗାଈ ବାନ୍ଧିବା ଲାଗି ଗୁହାଳକୁ ଯାଇ ଗାଈର ଆସିବା ବାଟକୁ ଅପେକ୍ଷାକରି ପାଚେରି ପାଖରେ ଠିଆ ହୋଇଥିଲେ। ଏହି ସମୟରେ ହଠାତ୍‌ ପାଚେରି ଭୁଶୁଡ଼ି ପଡ଼ିବା ଫଳରେ ସେ ପାଚେରି ତଳେ ଚାପିହୋଇ ରହିଯାଇଥିଲେ। ଏହାଦେଖି ପାଖରେ ଥିବାଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହିଞ୍ଜିଳି ମେଡିକାଲକୁ ନେଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଗ୍ରାମବାସୀ ଠିକାଦାରଙ୍କ ନିମ୍ନମାନର କାମ ଯୋଗୁ ଏଭଳି ପାଚେରି ଭୁଶୁଡ଼ି ନିରିହ ମହିଳାଙ୍କ ଜୀବନ ଗଲା ବୋଲି ଅଭିଯୋଗ କରି ଉତ୍ତେଜିତ ହୋଇ ହିଞ୍ଜିଳି-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତାକୁ ଅବରୋଧ କରି ଆନ୍ଦୋଳନ କରିଥିଲେ। ଏହାର ଖବରପାଇ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ହିଞ୍ଜିଳି ପୋଲିସ ଘଟଣାସ୍ଥଳକୁ ଆସି ଆନ୍ଦୋଳନ କାରୀଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲେ। ଏହାସହ ତହସିଲଦାର ରେଡକ୍ରସ୍‌ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତ। ମୃତଦେହକୁ ପୋଲିସ ଜବତ କରିଛି। ମୃତ ମହିଳାଙ୍କ ୧୨ ବର୍ଷର ଗୋଟିଏ ଝିଅ ଓ ୮ ବର୍ଷର ଶିଶୁପୁତ୍ର ଅଛନ୍ତି। ଏମାନେ ମା’ ଛେଉଣ୍ଡ ହୋଇପଡ଼ିଥିବା ବେଳେ ପରିବାରଟି ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ହେତୁ ସରକାର ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri