Posted inଜାତୀୟ

ଉତ୍ତେଜକ ଟିଭି କାର୍ଯ୍ୟକ୍ରମକୁ ନିୟନ୍ତ୍ରଣ କର: କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯।୧: ଲୋକଙ୍କୁ ହିଂସାକାଣ୍ଡ ଭିଆଇବା ପାଇଁ ଉସୁକାଉଥିବା ଟେଲିଭିଜନ କାର୍ଯ୍ୟକ୍ରମ ଓ ଖବରକୁ ସକ୍ରିୟ ଭାବେ ନିୟନ୍ତ୍ରଣ କରାଯିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ଏ ସମ୍ପର୍କିତ ଆଇନକୁ କଡ଼ାକଡ଼ି କରିବା ଲାଗି ସର୍ବୋଚ୍ଚ ଅଦାଲତ ପ୍ରସ୍ତାବ ଦେଇଛନ୍ତି। ଉସୁକାଇବାକୁ ରୋକିବା ଆଇନ ଶୃଙ୍ଖଳା ରକ୍ଷା କରିବାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏନେଇ ସରକାର କିଛି କରୁ ନ ଥିବା ଅଦାଲତ ଗତବର୍ଷର କେତେକ ବିବାଦର ଶୁଣାଣି ବେଳେ କହିଛନ୍ତି।
ସ୍ବଚ୍ଛ ଓ ସତ୍ୟ ଖବର ପ୍ରକାଶରେ କୌଣସି ସମସ୍ୟା ନାହିଁ। ତେବେ ଅନ୍ୟମାନଙ୍କୁ ଉସୁକାଇବା ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ପରିବେଷଣ କରାଯାଉଥିବା ଖବର ସମସ୍ୟା ବୋଲି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ କହିଛନ୍ତି। ସିଜେଆଇଙ୍କ ଅଧ୍ୟକ୍ଷତାରେ ବିଚାରପତି ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟନଙ୍କୁ ନେଇ ଗଠିତ ଖଣ୍ଡପୀଠ ଗତବର୍ଷ ଦିଲ୍ଲୀରେ ତବଲିଘି ଜମାତ୍‌ ସମ୍ମିଳନୀର ଖବର ପରିବେଷଣକୁ ନେଇ ଦାଖଲ ପିଟିଶନର ଶୁଣାଣି କରି ସରକାର, ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ ଏବଂ ବ୍ରଡ୍‌କାଷ୍ଟିଂ ଆସୋସିଏଶନକୁ ନୋଟିସ୍‌ ଜାରି କରିଛନ୍ତି। ଜାମିଆତ୍‌ ଉଲେମା-ଇ-ହିନ୍ଦ୍‌, ପିସ୍‌ ପାର୍ଟି ଓ ଅନ୍ୟମାନଙ୍କ ପକ୍ଷରୁ ପିଟିଶନ ଦାଏର ହୋଇଥିଲା। ତବଲିଘି ଜମାତ୍‌ ସମ୍ମିଳନୀ କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଥିଲା। ଗଣମାଧ୍ୟମର ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଏହାକୁ ସାମ୍ପ୍ରଦାୟିକ ରୂପ ଦେଇଥିଲେ ବୋଲି ଆବେଦନକାରୀମାନେ ଅଭିଯୋଗ କରିଛନ୍ତି। କେତେକ ଘଟଣାରେ ପ୍ରସାରଣକୁ ବନ୍ଦ କରିଦିଆଯାଇଥିଲା ବୋଲି ସରକାର ଯୁକ୍ତି ଦର୍ଶାଇଥିଲେ। ପ୍ରଧାନ ବିଚାରପତି କହିଥିଲେ, ସତ୍ୟ ଏହା ଯେ ଲୋକଙ୍କୁ ଉସୁକାଇବା ଭଳି ପ୍ରଭାବ ଥିବା କାର୍ଯ୍ୟକ୍ରମ ପ୍ରସାରିତ ହେଉଛି ଓ ସରକାର ତାହା ବିରୋଧରେ କିଛି କରୁନାହାନ୍ତି। ସାଧାରଣତନ୍ତ୍ର ଦିବସ ଟ୍ରାକ୍ଟର ରାଲି ବେଳେ ହିଂସାକାଣ୍ଡ ହେବାକୁ ଇଣ୍ଟରନେଟକୁ ବନ୍ଦ କରିଦିଆଗଲା। ଚାଷୀଙ୍କ ଉପରେ ଫୋକସ୍‌ କରା ନ ଯାଇ ଇଣ୍ଟରନେଟ ବନ୍ଦ କରାଯାଉଛି। ସେହିଭଳି ସମସ୍ୟା ଯେକୌଣସି ସ୍ଥାନରେ ଘଟିପାରେ ବୋଲି ସିଜେଆଇ ବୋବ୍‌ଡେ କହିଥିଲେ। ସରକାର କେବୁଲ୍‌ ଟେଲିଭିଜନ ନେଟଓ୍ବର୍କ (ନିୟନ୍ତ୍ରଣ) ଆଇନରେ ସଂସ୍କାର ଆଣିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri