ଚାଉଳ ମୂଲ୍ୟ ବୃଦ୍ଧି ଉପରେ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ଲାଭକାରୀଙ୍କୁ ଦେଲେ ଚେତାବନୀ, ହ୍ରାସ ପାଇବ ଦାମ୍‌

ନୂଆଦିଲ୍ଲୀ,୧୯।୧୨: ଦେଶରେ ଚାଉଳ ମୂଲ୍ୟ ବୃଦ୍ଧି ଉପରେ କେନ୍ଦ୍ର ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚାଉଳ ଶିଳ୍ପକୁ ମୂଲ୍ୟ ନିୟନ୍ତ୍ରଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଚେତାବନୀ ଦିଆଯାଇଛି କି ଯଦି ଏଥିରେ ଲାଭ କରାଯାଏ ତେବେ ସରକାରଙ୍କ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କିଛି ସମୟ ହେଲା ଦେଶରେ ଅଣ-ବାସୁମତି ଚାଉଳର ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି, ଯାହାକୁ ନେଇ ସରକାର ଚିନ୍ତିତ ଥିଲେ।

ସୋମବାର ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା ନୂଆଦିଲ୍ଲୀରେ ଚାଉଳ ପ୍ରକ୍ରିୟାକରଣ ଶିଳ୍ପର ପ୍ରମୁଖ ପ୍ରତିନିଧୀଙ୍କ ସହ ଏକ ବୈଠକ କରିଛନ୍ତି। ଏଥିରେ ସେ ଅଣ-ବାସୁମତି ଚାଉଳର ମୂଲ୍ୟକୁ ଏକ ଯୁକ୍ତିଯୁକ୍ତ ସ୍ତରକୁ ଆଣିବା ପାଇଁ ପଦକ୍ଷେପ ନେବାକୁ କହିଥିଲେ। ସରକାର ଏହାର ନିର୍ଦ୍ଦେଶରେ କହିଛନ୍ତି ଯେ ଦେଶରେ ଭଲ ଗୁଣବତ୍ତା ଚାଉଳର ଷ୍ଟକ ଅଛି । ଓପନ ମାର୍କେଟ ସେଲ୍‌ସ ସ୍କିମ୍‌ (ଓଏମ୍‌ଏସ୍‌ଏସ୍‌) ଅଧୀନରେ ବ୍ୟବସାୟୀ ଏବଂ ପ୍ରୋସେସର୍ମାନଙ୍କୁ କିଲୋଗ୍ରାମ ପିଛା ୨୯ ଟଙ୍କା ଦିଆଯାଉଛି, କିନ୍ତୁ ଏହା ଖୋଲା ବଜାରରେ କିଲୋଗ୍ରାମ ପିଛା ୪୩ ରୁ ୫୦ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି କାରଣରୁ ସରକାରଙ୍କୁ ଏହି ନିର୍ଦ୍ଦେଶନାମା ଜାରି କରିବାକୁ ପଡିଲା।

ଜୁଲାଇରେ ସରକାର ଅଣ-ବାସୁମତି ଚାଉଳ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଏହା ବ୍ୟତୀତ ୨୦ ପ୍ରତିଶତ ରପ୍ତାନି ଶୁଳ୍କ ମଧ୍ୟ ବୃଦ୍ଧି କରାଯାଇଥିଲା। ଘରୋଇ ବଜାରରେ ଚାଉଳର ଅଭାବ ନ ହେବା ପାଇଁ ସରକାର ଚେଷ୍ଟା କରୁଥିଲେ। ଏହା ସତ୍ତ୍ୱେ ବଜାରରେ ଚାଉଳର ମୂଲ୍ୟ ବଢୁଥିଲା। ଏହା ପରେ, ଅକ୍ଟୋବରରେ ଚାଉଳର ସର୍ବନିମ୍ନ ରପ୍ତାନି ମୂଲ୍ୟ ଟନ ପିଛା ୯୫୦ ଡଲାରକୁ ବୃଦ୍ଧି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri