ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା କରି ମନକୁ ଦୃଢ଼ ଓ ନିୟନ୍ତ୍ରଣରେ ରଖିଲେ ନିଶା ଭଳି ଅଭ୍ୟାସଠାରୁ ଦୂରେଇ ରହିବା ସମ୍ଭବ ବୋଲି କହିଥିଲେ। ନିଶା କେବଳ ଜଣେ ବ୍ୟକ୍ତିର ଜୀବନକୁ ନଷ୍ଟ କରେ ନାହିଁ, ଏହା ପରିବାର ଓ ସମାଜ ଉପରେ ମଧ୍ୟ ନକାରାତ୍ମକ ପ୍ରଭାବ ପକାଇଥାଏ। ତେଣୁ ଯୁବପିଢ଼ି ନିଶାଠାରୁ ଦୂରେଇ ରହି ସୁସ୍ଥ ଓ ସୁନ୍ଦର ଜୀବନ ଗଢ଼ିବା ଆବଶ୍ୟକ ବୋଲି ସେ କହିଥିଲେ।

ଭଞ୍ଜନଗର ଓମ ଶାନ୍ତି ଶାଖା କାର୍ଯ୍ୟାଳୟର ମୁଖ୍ୟ ସଂଯୋଜିକା ସନ୍ତୋଷିନୀ ଭଉଣୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଧ୍ୟାତ୍ମିକ ଚେତନା ଦ୍ୱାରା ନିଶାଠାରୁ ଦୂରେଇ ରହିହେବ ବୋଲି କହିଥିଲେ।

ଏହି ଅବସରରେ ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ବଟନି ବିଭାଗର ମୁଖ୍ୟ ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ସାମାଜିକ କର୍ମୀ ଶୁଳପାଣି ଶତପଥି, ବ୍ରହ୍ମକୁମାର ବୈକୁଣ୍ଠ ଭାଇ, ଅଧ୍ୟାପକ ଆର୍‌. ହରିଶ, ଏନ୍‌ସିସି ଆର୍ମି ୱିଙ୍ଗର ସିଟିଓ ଅର୍ପଣ ପ୍ରଧାନ, ନାଭାଲ ୱିଙ୍ଗର ସିଟିଓ ବିଦେଶୀ ରାଉତ, ଜାତୀୟ ସେବା ଯୋଜନା କୋ-ୟୁନିଟ ଅଧିକାରୀ ବି. ପ୍ରଧାନ, ମହିଳା ଶାଖା ଯୋଜନା ଅଧିକାରୀ ସସ୍ମିତା କୁମାରୀ ଦାସ ଓ ଯୁବ ରେଡକ୍ରସ ଅଧିକାରୀ ଡ. ସୀମାଞ୍ଚଳ ବେହେରା ପ୍ରମୁଖ ଯୋଗଦେଇ ନିଶାର କୁପ୍ରଭାବ ଏବଂ ଏଥିରୁ ଦୂରେଇ ରହିବାର ଉପାୟ ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ଭଞ୍ଜନଗର ଶାଖା, ଜାତୀୟ ସେବା ଯୋଜନା, ଏନ୍ସିସି ଏବଂ ଯୁବ ରେଡକ୍ରସ ପକ୍ଷରୁ ମିଳିତ ଭାବେ ଏହି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ଅଧ୍ୟାପିକା ସୋନିଆ ବିଷୋୟୀ, ବାଣିଜ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଦୁର୍ଗା ପ୍ରସାଦ ସାହୁ, ଆଇ କ୍ୟୁଏସି ସଂଯୋଜକ ଡ ଦେବାଶିଷ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?