ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଅନୁଗୋଳସ୍ଥିତ ଓ ଫରେଷ୍ଟ ରେଞ୍ଜର୍ସ କଲେଜ (ଓଏଫଆରସି)ର ଇନଚାର୍ଜ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସେହିପରି ବାରିପଦାସ୍ଥିତ ଆରସିସିଏଫ୍‌ ଏମ୍‌. ୟୋଗାନନ୍ଦଙ୍କୁ ଅନୁଗୋଳସ୍ଥିତ ଆରସିସିଏଫ ଭାବେ ବଦଳି କରାଯାଇଥିବାବେଳେ ଅନୁଗୋଳର ଓଏଫଆରସି ଇନଚାର୍ଜ ନିର୍ଦ୍ଦେଶକ ଟି ଅଶୋକ କୁମାରଙ୍କୁ ବାରିପଦା ଆରସିସିଏଫ ଭାବେ ବଦଳି ହୋଇଛି ।
ସେହିପରି ବ୍ରହ୍ମପୁର ଡିଏଫଓ ଅମ୍ଲାନ ନାୟକଙ୍କୁ ପାରଳାଖେମୁଣ୍ଡି ଡିଭିଜନର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।
ସୂଚନାଯୋଗ୍ୟ, ଗତବର୍ଷ ଏସିଏଫ୍‌ ସୌମ୍ୟରଞ୍ଜନଙ୍କର ତାଙ୍କ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ମୃତ୍ୟୁ ହୋଇଥିଲା । ଏହ ଆତ୍ମହତ୍ୟା ନୁହେଁ ବରଂ ହତ୍ୟା ବୋଲି ସୌମ୍ୟରଞ୍ଜନଙ୍କ ପରିବାର ଲୋକେ ଦାବି କରିବା ସହ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri