ବିବାଦରେ ଉଚ୍ଛେଦ ପ୍ରକ୍ରିୟା ଶେଷ

ସମ୍ବଲପୁର,୧୧ା୪(ବ୍ୟୁରୋ): ସମ୍ବଲପୁର ସମଲେଇ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ସମଲେଇ ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାରେ ସମଲେଇ ମନ୍ଦିର ପାର୍ଶ୍ୱରେ ଥିବା ଘୁନ୍‌ଘୁଟିପଡ଼ା, କମଳିବଜାର ଆଦି ପଡ଼ାର ୧୯୦ରୁ ଊର୍ଦ୍ଧ୍ୱ ପରିବାର ବିସ୍ଥାପିତ ହୋଇଛନ୍ତି। ଜମି ଅଧିଗ୍ରହଣ କରିବା ଏସ୍‌ଏମ୍‌ସି (ସମ୍ବଲପୁର ମହାନଗର ନିଗମ) ପାଇଁ କାଠିକର ପାଠ ହୋଇଥିଲା। ହେଲେ ପ୍ରାୟ ଦେଢ଼ବର୍ଷ ପରେ ସୋମବାର ଉଚ୍ଛେଦ ପ୍ରକ୍ରିୟା ଶେଷ ହୋଇଛି। ଅଧିକୃତ ଜମିକୁ ଠିକା ସଂସ୍ଥାକୁ ହସ୍ତାନ୍ତର କରାଯାଇଥିବା ଏସ୍‌ଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଏବେ ମଧ୍ୟ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ପରିବାର କ୍ଷତିପୂରଣ ପାଇନାହାନ୍ତି। ଏଥିପାଇଁ ସେମାନେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ମିଳିଥିବା ସୂଚନା ଅନୁସାରେ ସମଲେଇ ଯୋଜନା ଉଚ୍ଛେଦ ପ୍ରକ୍ରିୟା ୨୦୨୧ ଏପ୍ରିଲରୁ ଆରମ୍ଭ ହୋଇଥିଲା। ସେ ସମୟରେ ବିଭିନ୍ନ ପଡ଼ାର ବିସ୍ଥାପିତ ପରିବାର ଏହାକୁ ବିରୋଧକରି ଜିଲାପାଳଙ୍କ ଅଫିସ ଘେରାଉ ସହ ରାସ୍ତା ଅବରୋଧ କରି ପ୍ରତିବାଦ କରିଥିଲେ। ପ୍ରଶାସନ ବାରମ୍ବାର ଆଲୋଚନାକରି କେତେକ ପରିବାରକୁ ବୁଝାଇବାରେ ସଫଳ ହୋଇଥିଲା। ହେଲେ କେତେକ ପରିବାରକୁ ବଳପୂର୍ବକ ପୋଲିସ ଲଗାଇ ବିସ୍ଥାପିତ କରି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଶେଷରେ ଏହି କାର୍ଯ୍ୟ ଶେଷ ହୋଇଛି। ଏବେ ଠିକାସଂସ୍ଥା ଧାର୍ଯ୍ୟ ସମୟ ଭିତରେ କାମ ସମ୍ପୂର୍ଣ୍ଣ କରିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ୨୦୨୧ ଫେବୃୟାରୀ ୧୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ସମଲେଇ ମନ୍ଦିର ଗସ୍ତକରି ଏହି ଯୋଜନା ଘୋଷଣା କରିଥିଲେ। କିଛିଦିନ ପରେ ପ୍ରକଳ୍ପ ପାଇଁ ୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ଜମି ଅଧିଗ୍ରହଣ ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ଠିକାସଂସ୍ଥା ଯୁଦ୍ଧକାଳୀନ ଭିତ୍ତିରେ କାମ କରୁଛି। ଏହି ଯୋଜନାରେ ମନ୍ଦିର ପାର୍ଶ୍ୱରେ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ସୁବିଧା, ପ୍ରବେଶ ଦ୍ୱାର, ରିଭର ପଏଣ୍ଟ ଉନ୍ନତି, ୱାଚ୍‌ଟାୱାର, ପାର୍କ, ଭୋଗଘର, ମଣ୍ଡପ ଆଦି ଅତ୍ୟାଧୁନିକ ଢାଞ୍ଚାରେ ନିର୍ମାଣ ହେବ। ଏନ୍‌ଫୋର୍ସମେଣ୍ଟ ଅଧିକାରୀ ଶୁଭଙ୍କର ମହାନ୍ତି କହିଛନ୍ତି, ଉଚ୍ଛେଦ ତାଲିକାରେ ଥିବା ସମସ୍ତ ଘର ଭାଙ୍ଗି ଦିଆଯାଇଛି। ଜମି ହସ୍ତାନ୍ତର ହୋଇଥିବାରୁ ଏବେ କମ୍ପାନୀ ସୁବିଧାରେ କାମ କରିପାରିବ। କ୍ଷତିପୂରଣ ପାଇଁ ଯାହା ବିବାଦୀୟ ରହିଛି ଭୂଅର୍ଜନ ବିଭାଗ ଶୀଘ୍ର ସମାଧାନ କରିଦେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri