Posted inରାଜ୍ୟ

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ କଣ୍ଟାବାଞ୍ଜିକୁ ବଦଳି ହୋଇଥିଲେ ହେଁ ସେ କାର୍ଯ୍ୟରେ ଯୋଗ ଦେଇ ନଥିଲେ। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ଛୁଟିରେ ଥିବା କହିଥିଲେ ମଧ୍ୟ କର୍ତ୍ତବ୍ୟରେ ଅବହେଳା ଓ ଅସଦାଚରଣ ପାଇଁ ଜେଲ୍ ଡିଜି ସୁଶାନ୍ତ ନାଥ ତାଙ୍କୁ ସସ୍‌ପେଣ୍ଡ୍ କରିଛନ୍ତି। ନିଲମ୍ବନ ସମୟରେ ତାଙ୍କର ମୁଖ୍ୟାଳୟ ସମ୍ବଲପୁର ସର୍କଲ ଜେଲ୍‌ରେ ରହିବ।

ସନ୍ତୋଷିନୀ ଦାଶଙ୍କ ନିଲମ୍ବନ ପୂର୍ବରୁ ଗଣମାଧ୍ୟମ ସହ ଆଲୋଚନା ବେଳେ ଜେଲ୍ ଡିଜି ସୁଶାନ୍ତ ନାଥ ବିଭାଗର ଅନେକ ଅପାରଗତାକୁ ସ୍ୱୀକାର କରିଛନ୍ତି। ଡିଜି କହିଛନ୍ତି ଯେ, ରାଜ୍ୟରେ ଜଣେ ବି ଜେଲ୍ ଅଧିକାରୀ କିମ୍ବା କର୍ମଚାରୀ ପଦକ ପାଇବାକୁ ଯୋଗ୍ୟ ବିବେଚିତ ହେଉନାହାନ୍ତି। ଚଳିତ ବର୍ଷ ପ୍ରାୟ ୩୦ ଜଣ କର୍ମଚାରୀଙ୍କ ବିରୋଧରେ ବିଭିନ୍ନ ମାମଲା ଚାଲିଛି।

ଚୌଦ୍ୱାର ଜେଲ୍‌ରେ ଜଣେ ମହିଳା କଏଦୀଙ୍କ ସୁନା ଚୋରି ହେବା ଓ ତା’ର ରଫାଦଫା ପାଇଁ ୧ ଲକ୍ଷ ୯୦ ହଜାର ଟଙ୍କା କ୍ଷତିପୂରଣ ଦିଆଯିବା ଘଟଣାରେ ଡିଜି କ୍ଷୋଭ ପ୍ରକାଶ କରିଛନ୍ତି। ତତ୍କାଳୀନ ଜେଲ୍ ଅଧୀକ୍ଷକ ରେଜିଷ୍ଟର୍ ତଦାରଖ କରିବାରେ ତ୍ରୁଟି କରିଥିଲେ ଏବଂ ଏହି ଟଙ୍କା କେଉଁ ପାଣ୍ଠିରୁ ଦିଆଗଲା, ସେ ନେଇ ତଦନ୍ତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ଗତ ୨୦୨୪ରେ ୧୨ ଜଣ ଏବଂ ୨୦୨୫ରେ ୬ ଜଣ କଏଦୀ ଜେଲ୍‌ରୁ ଖସି ପଳାଇଛନ୍ତି। ଏହାକୁ ରୋକିବା ପାଇଁ ୩୪ଟି ଜେଲ୍‌ରେ ଏଆଇ (AI) ଟାୱାର ବ୍ୟବସ୍ଥା କରାଯାଉଛି।ବିଭାଗର ଗୁମର ଖୋଲିବା ସହ ଅଧିକାରୀଙ୍କ କୌଣସି ତ୍ରୁଟି ସାମ୍ନାକୁ ଆସିଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜି ନାଥ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri