Posted inଜାତୀୟ

ମନ୍ତ୍ରୀଙ୍କ ପାଇଁ ଅଢ଼ୁଆରେ ନୂଆ ମୁଖ୍ୟମନ୍ତ୍ରୀ ବୋମାଇ

ବାଙ୍ଗାଲୁରୁ,୧୨।୮ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରଜ ବୋମାଇଙ୍କ ନେତୃତ୍ୱରେ ଖୁସି ନାହାନ୍ତି ମନ୍ତ୍ରୀ। ମନ୍ତ୍ରିମଣ୍ଡଳର ଜଣେ ମନ୍ତ୍ରୀ ଇଚ୍ଛା ମୁତାବକ ବିଭାଗ ନ ମିଳିବାରୁ ଇସ୍ତଫା ଲାଗି ଧମକ ଦେଇଛନ୍ତି। ପରିବେଶ ଓ ପର୍ଯ୍ୟଟନ ବିଭାଗୀୟ ମନ୍ତ୍ରୀ ଅଛନ୍ତି ଆନନ୍ଦ ସିଂ। ଖଣି ବ୍ୟବସାୟରୁ ରାଜନେତା ପାଲଟିଥିବା ଆନନ୍ଦଙ୍କ ନାମରେ ବେଆଇନ ଖଣି ଓ ଜଙ୍ଗଲ ଅପରାଧ ଭଳି ମାମଲା ରହିଛି।

ତାଙ୍କୁ ବି ଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ଜଙ୍ଗଲ ବିଭାଗ ଦିଆଯାଇଥିଲା। ଦୀର୍ଘ ଦିନ ଧରି ସେ ଏହି ଦାୟିତ୍ୱ ସମ୍ଭାଳି ଥିଲେ। କିନ୍ତୁ ବିଜୟନଗରର ବିଧାୟକଙ୍କୁ ଦିଆଯାଇଥିଲା ଜଙ୍ଗଲ ବିଭାଗ। ଏହା ବଦଳରେ ଶକ୍ତି ବିଭାଗ ମାଗିଥିଲେ ଆନନ୍ଦ। ମାତ୍ର ଏହି ବିଭାଗ ମିଳିଥିଲା ଆରଏସ୍‌ଏସ୍‌ରୁ ଆସିଥିବା ଯୁବ ଭାଜପା ନେତା ସୁନୀଲ କୁମାର କାର୍କାଲାଙ୍କୁ।

କଂଗ୍ରେସ ନେତୃତ୍ୱାଧୀନ ସରକାର ୨୦୧୯ରେ ଭାଙ୍ଗିବାରେ ଆନନ୍ଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ବୋମାଇ ଖୁବ୍‌ ବୁଝାଇଲା ପରେ ମଧ୍ୟ ଇଚ୍ଛା ମୁତାବକ ବିଭାଗ ଜିଦିରେ ଅଢ଼ି ବସିଛନ୍ତି ଆନନ୍ଦ। ତାଙ୍କୁ ବୁଝାଇବା ପାଇଁ ୟେଦୁରପ୍ପା ମଧ୍ୟ ବୁଧବାର ଏକ ବୈଠକ ଡକାଇଥିଲେ।

ଯଦି ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ, ତେବେ ଏଭଳି ପରିସ୍ଥିତି ସୃଷ୍ଟି ହୋଇ ନ ଥାନ୍ତା। ମୁଁ ଅସନ୍ତୁଷ୍ଟ ଅଛି, ଏହା ସତ। ମୁଁ ମନ୍ତ୍ରୀ ପଦ ଛାଡ଼ିବା କଥା କହି ନାହିଁ। ସେମାନେ ମୋ ଅନୁରୋଧର ସମ୍ମୀକ୍ଷା କରିବେ ବୋଲି କହିଛନ୍ତି। କେନ୍ଦ୍ରୀୟ ନେତୃତ୍ୱ ନିକଟରେ ମଧ୍ୟ ଏହି ସମସ୍ୟାକୁ ଉଠାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?