Posted inଜାତୀୟ

ଗୁଜରାଟର ବହୁ ସହରରେ କେଜରିଓ୍ବାଲଙ୍କ ବିବାଦୀୟ ପୋଷ୍ଟର, ଫେରିଯାଅ କେଜରିଓ୍ବାଲ…

ଅହମଦାବାଦ,୮।୧୦ : ଡିସେମ୍ବରରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଆମ ଆଦମୀ ପାର୍ଟିର ବରିଷ୍ଠ ନେତାମାନେ ଲଗାତାର ଗୁଜୁରାଟ ଗସ୍ତ କରୁଛନ୍ତି। ଦିଲ୍ଲୀ ଏବଂ ପଞ୍ଜାବ ପରେ ଗୁଜରାଟରେ ମଧ୍ୟ ଦଳ ଜିତିବାକୁ ଚେଷ୍ଟା କରୁଛି। ସମ୍ପ୍ରତି ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ଏଏପି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ଅନେକ ପୋଷ୍ଟର-ବ୍ୟାନର ଲଗାଯାଇଛି ଯେଉଁଥିରେ ତାଙ୍କୁ ହିନ୍ଦୁ ବିରୋଧୀ ବୋଲି କୁହାଯାଉଛି। ଏହି ପୋଷ୍ଟର-ବ୍ୟାନରରେ ତାଙ୍କୁ ଅନ୍ୟ ସମ୍ପ୍ରଦାୟର ଟୋପି ପିନ୍ଧିଥିବାର ଦେଖାଯାଇଛି ।

ପୋଷ୍ଟର-ବ୍ୟାନରରେ କେଜରିଓ୍ବାଲଙ୍କ ଫଟୋ ସହିତ ମୁଁ ହିନ୍ଦୁ ଧର୍ମକୁ ଏକ ପାଗଳ ଭାବନା ବୋଲି ମନେ କରେ ବୋଲି ଲେଖା ଯାଇଛି। ଅନ୍ୟ କେତେକ ବ୍ୟାନରରେ ହିନ୍ଦୁ ବିରୋଧୀ କେଜରିଓ୍ବାଲ ଫେରିଯାଅ ବୋଲି ସ୍ଲୋଗାନ ଲେଖାଯାଇଛି। ଅହମଦାବାଦ, ରାଜକୋଟ, ସୁରଟ ଏବଂ ବଡୋଦରା ସହରରେ ଏହି ବ୍ୟାନର ଲଗାଯାଇଛି।

ଏହାର ଗୋଟିଏ ଦିନ ପୂର୍ବରୁ ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଏକ ବିବାଦ ଉପୁଜିଥିଲା। ଏଥିରେ ସେ ଶପଥ ପାଠରେ ଭଗବାନଙ୍କୁ ବିଶ୍ୱାସ ନକରି ଶପଥ ନେଇଥିବା ଅଭିଯୋଗ ହୋଇଛି। ଭାରତୀୟ ଜନତା ପାର୍ଟି ମନ୍ତ୍ରୀଙ୍କୁ ସମାଲୋଚନା କରିବା ସହ ଦେବୀଦେବତା ଓ ହିନ୍ଦୁଙ୍କ ଭାବନାକୁ ଆଘାତ ଦେଇଥିବାର ଅଭିଯୋଗ କରିଛି।

ତେବେ ରାଜକୋଟରେ ଥିବା ଆମ ଆଦମୀ ପାର୍ଟି କର୍ମୀ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦକେଜରିଓ୍ବାଲଙ୍କୁ ଟାର୍ଗେଟ କରୁଥିବା ବିବାଦୀୟ ବ୍ୟାନର ପୋଷ୍ଟର ହଟାଇ ଦେଇଛନ୍ତି। ଦାହେଦ ସହରରେ ’ହିନ୍ଦୁ ବିରୋଧୀ କେଜରିୱାଲ ଫେରିଯାଅର ବ୍ୟାନରଦେଖିବାକୁ ମିଳିଥିଲା। ଏଠାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଶନିବାର ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଆମ ଆଦମୀ ପାର୍ଟିର ଏହି ଦୁଇ ନେତା ଶନିବାର ଠାରୁ ଦୁଇ ଦିନିଆ ଗୁଜୁରାଟ ଯାତ୍ରା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri