Posted inଜାତୀୟ

କ୍ଷମା ମାଗିଲେ ନୁପୁର

କାନପୁର,୫।୬: ଭାଜପା ନେତ୍ରୀ ନୁପୁର ଶର୍ମାଙ୍କୁ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ମହଙ୍ଗା ପଡିଛି। ରବିବାର ଦଳର ହାଇକକାଣ୍ଡ ତାଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଦଳୀୟ କାର୍ଯ୍ୟାନୁଷ୍ଠାନର କିଛି ଘଣ୍ଟା ପରେ ନୁପୁର ନିଜ ଭୁଲ ସ୍ବୀକାର କରିଛନ୍ତି। ମହମ୍ମଦଙ୍କ ବିରୋଧରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ସେ ଫେରାଇ ନେଉଥିବା କହିଛନ୍ତି। ଏନେଇ ନୁପୁର ତାଙ୍କ ଟୁଇଟର୍‌ରେ ସେ ଲେଖିଛନ୍ତି ଯେ, ଯଦି ମୋର ମନ୍ତବ୍ୟ କାହା ଧାର୍ମିକ ଭାବନାକୁ ଆଘାତ ଦେଇଛି ସେଥିପାଇଁ ମୁଁ ଦୁଃଖିତ। ମୁଁ ନମ୍ରତାର ସହ ମୋର ମନ୍ତବ୍ୟକୁ ଫେରାଇ ନେଉଛି। କାହାକୁ ଆଘାତ ଦେବା ମୋର ଉଦ୍ଦେଶ୍ୟ ନ ଥିଲା। ମୁଁ ଗତ କିଛି ଦିନ ହେବ ଏକ ଟିଭି ଡିବେଟରେ ଭାଗ ନେଇ ଆସୁଥିଲି। ଏଠାରେ ଆମ ମହାଦେବଙ୍କୁ ଲଗାତାର ଅପମାନିତ ଏବଂ ଅସମ୍ମାନ କରାଯାଇ ଆସୁଥିଲା। ବିତର୍କରେ ଜ୍ଞାନବାପି ମସଜିଦରେ ଠାବ ହୋଇଥିବା ଶିବ ଲିଙ୍ଗ ନୁହେଁ, ଏହା ଏକ ଫାଉଣ୍ଟେନ ବୋଲି କହି ଥଟ୍ଟା ପରିହାସ କରାଯାଉଥିଲା। ମହାଦେବଙ୍କ ପ୍ରତି ଅପମାନକୁ ମୁଁ ସହ୍ୟ କରିପାରି ନ ଥିଲି। ତେଣୁ ଏହାର ପ୍ରତିକ୍ରିୟାରେ ମୁଁ ମଧ୍ୟ କିଛି କହିଥିଲି। ଯଦି ମୋର ମନ୍ତବ୍ୟ କାହାକୁ ଆଘାତ ପହଞ୍ଚାଇ ଥାଏ ତେବେ ମୁଁ କ୍ଷମା ମାଗୁଛି।
ସୂଚନାଯୋଗ୍ୟ, ନୁପୁରଙ୍କ ସହ ଦିଲ୍ଲୀ ଭାଜପାର ମିଡିଆ ମୁଖ୍ୟ ନବୀନ କୁମାର ଜିନ୍ଦଲଙ୍କୁ ଦଳରୁ ବହିଷ୍କାର କରାଯାଇଛି। ଏକ ଟିଭି ଡିବେଟରେ ନୁପୁର ପ୍ରଫେଟ ମହମ୍ମଦଙ୍କ ବିରୋଧରେଙ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଗତ ଶୁକ୍ରବାର କାନପୁରରେ ସାମ୍ପ୍ରଦାୟିକ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ନୁପୁର ଶର୍ମାଙ୍କ ବୟାନକୁ ବିରୋଧ କରି କାନପୁରର ଏକ ମୁସଲମାନ ସଙ୍ଗଠନ ବନ୍ଦ ଡାକରା ଦେବା ସହ ଦୁଇ ଗୋଷ୍ଠୀ ମଧ୍ୟରେ ଢେଲାପଥର ମାଡ ହୋଇଥିଲା । ଫଳରେ ଉଭୟ ଗୋଷ୍ଠୀର ୪୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri