ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ ଭାବୁଥିଲେ । ମାତ୍ର ପୁରୀ ଲୋକସଭା ଆସନରୁ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ଡା. ସମ୍ବିତ୍‌ ପାତ୍ର ପ୍ରାର୍ଥୀ ହେବା ପରେ ଦେଶବାସୀ ପୁରୀ ଓଡ଼ିଶାର ବୋଲି ଜାଣିପାରିଲେ । ନଚେତ୍‌ ଅଧାଲୋକ ଭାବୁଥିଲେ ପୁରୀ କଲିକତାରେ । ସେମାନେ ପଶ୍ଚିମବଙ୍ଗ ନୁହେଁ, କଲିକତାକୁ ଏକ ରାଜ୍ୟ ଭାବନ୍ତି । ତେବେ ଲେଖାଶ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଏବେ ପ୍ରତିବାଦର ସ୍ବର ଉଠିଛି । ମଙ୍ଗଳବାର ଜିଲା ଯୁବ କଂଗ୍ରେସ ପକ୍ଷରୁ ଟାଉନ ଥାନାରେ ଏତଲା ଦିଆଯାଇଛି । ଲେଖାଶ୍ରୀଙ୍କ ଏହି ବିବାଦୀୟ ମନ୍ତବ୍ୟ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଯୁବ କଂଗ୍ରେସ ଅନୁରୋଧ କରିଛି । ଯୁବ କଂଗ୍ରେସର ପ୍ରେମ୍‌ଜିତ ମହାନ୍ତି, ବିଶ୍ୱନାଥ ଦାଶ, ସ୍ବାଧୀନ କୁମାର ପଣ୍ଡା, ବିଶ୍ୱରଞ୍ଜନ ମହାପାତ୍ର, ସୁଜିତ ମହାପାତ୍ର, ଉମାକାନ୍ତ ବେହେରା ପ୍ରମୁଖ ଏହି ଏତେଲା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri